ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ, ଆଜି ସର୍ବଦଳୀୟ ବୈଠକ
Odisha News: ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ ଏହା ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧକ୍ଷତାରେ ବୈଠକ ବସିବ ଏବଂ ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି । ଚଳିତ ବର୍ଷ ଦୁଇ ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ ।

ସୂଚନା ଅନୁସାରେ, ଫେବ୍ରୁଆରୀ ୧୭ ତାରିଖରେ ଅର୍ଥମନ୍ତ୍ରୀ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ରେ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ଆଜି ଦିନ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ ।
ଆଜି ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗଦେବା ନେଇ ସୂଚନା ରହିଛି ।












Click it and Unblock the Notifications