ବିଧାନସଭା ଅପଡେଟ୍: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଗୃହରେ କଂଗ୍ରେସ-ବିଜେପି ମୁହାଁମୁହିଁ

ବିଧାନସଭାର ପ୍ରଶ୍ନକାଳରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ବିଜେପି ସଦସ୍ୟମାନେ ହଙ୍ଗାମା କରିଥିଲେ ।

ଭୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ । ଗୃହକାର୍ଯ୍ୟ ଆରମ୍ଭରୁ ଦେଖା ଦେଇଥିଲା ପ୍ରବଳ ହଟ୍ଟଗୋଳ । ବିଧାନସଭାର ପ୍ରଶ୍ନକାଳରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ବିଜେପି ସଦସ୍ୟମାନେ ହଙ୍ଗାମା କରିଥିଲେ । ଫଳରେ ଗୃହକୁ ୧୧.୩୦ ଯାଏଁ ମୁଲତବୀ ରଖିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

Odisha Assembly

ଉଲ୍ଲେଖଥାଉ କି, କଂଗ୍ରସେ ମୁଖପାତ୍ର ଅଜୟ କୁମାର କହିଥିଲେ, ଦ୍ରୌପଦୀ ମୁର୍ମୁ ଭାରତର ଅତ୍ୟନ୍ତ ଭୁଲ୍‌ ବିଚାରଧାରାକୁ ପ୍ରତିନିଧିତ୍ୱ କରୁଛନ୍ତି । ସେ ଆଦିବାସୀଙ୍କ ପ୍ରତୀକ ହେବା ଉଚିତ ନୁହେଁ । ମୋଦି ସରକାର କେବଳ ପ୍ରତୀକ ଦ୍ବାରା ଭାରତର ଲୋକଙ୍କୁ ବୋକା ବନାଉଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବର୍ତ୍ତମାନ ରାଷ୍ଟ୍ରପତି ଅଛନ୍ତି , କିନ୍ତୁ ସେ କ'ଣ କରିଛନ୍ତି । ଦେଶବ୍ୟାପୀ ଅନୁସୂଚିତ ଜାତି ଉପରେ ଅତ୍ୟାଚାର ହେଉଛି ଏବଂ ଅନୁସୂଚିତ ଜାତି ସମ୍ପ୍ରଦାୟର ସ୍ଥିତି ଅତ୍ୟନ୍ତ ଖରାପ । ହାଥରାସ ଘଟଣା ସମୟରେ ରାଷ୍ଟ୍ରପତି ପାଟି ଖୋଲିନଥିଲେ ବୋଲି ସେ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+