ଦୁର୍ନୀତିଗ୍ରସ୍ତ ୨୧୧ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି: ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସ ଜାଲରେ ପଡିଥିବା କେତେ ଜଣ ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ? ଗୃହରେ ଏନେଇ ପ୍ରଶ୍ନ କରିଥିଲେ ବିଧାୟକ ସୁଧୀର ସାମଲ । ଏହି ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଥିବା କେତେ ଜଣ ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ? ଗୃହରେ ଏନେଇ ପ୍ରଶ୍ନ କରିଥିଲେ ବିଧାୟକ ସୁଧୀର ସାମଲ । ଏହି ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

CM Naveen

ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତରରେ କହିଛନ୍ତି ଯେ, ଦୁର୍ନୀତି ନିବାରଣ ଆଇନ ଅନୁସାରେ ଏହି କର୍ମଚାରୀମାନଙ୍କ ବିରୁଦ୍ଧରେ ଭିଜିଲାନ୍ସ ପକ୍ଷରୁ ମକଦ୍ଦମା ରୁଜୁ ହୋଇଛି। ସେମାନଙ୍କ ବିଭାଗକୁ ଆବଶ୍ୟକ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରିଥିଲା ଭିଜିଲାନ୍ସ । ଏହା ସତ୍ତ୍ୱେ ବି ବିଭାଗଗୁଡ଼ିକ ନିଜର ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି।

ତେବେ ୨୦୧୯ ରୁ ୨୦୨୧ ମସିହା ମଧ୍ୟରେ ଭିଜିଲାନ୍ସ ବିଭାଗ ଦ୍ୱାରା ୪୬୬ଜଣ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନଙ୍କ ବିଭାଗ ଓ ଅଫିସକୁ ସୁପାରିଶ କରିଛି । ସେଥିରୁ ମାତ୍ର ୨୧୧ଜଣ କର୍ମଚାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବାକି ୨୫୫ଜଣଙ୍କ ବାବଦରେ ସେମାନଙ୍କ ବିଭାଗ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସେ ବାବଦରେ ସୂଚନା ସଂଗ୍ରହ ପାଇଁ ପଦକ୍ଷେପ ନିଆଯାଉଛି । ଯଥାଶୀଘ୍ର ଯେପରି ଏହି କାର୍ଯ୍ୟ ସମ୍ପାଦନ ହେବ ସେଥିପାଇଁ ସରକାର ପଦକ୍ଷେପ ନେଉଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+