ବିଳମ୍ବିତ ରାତିରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ସ୍ଵାଧୀନ ବିଧାୟକ ହିଂମାଶୁ ଶେଖର

ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି । ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ବିଜୟ ବ୍ୟବଧାନ ୪,୧୫୦ ରହିଛି।

ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି । ବିଜେପି ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

ବିଜୟ ପରେ ହିଂମାଶୁ ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ସହ ମିଶି ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଥିଲେ।ବିଳମ୍ବିତ ରାତିରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ସ୍ଵାଧୀନ ବିଧାୟକ ହିଂମାଶୁ ଶେଖର । ରାତି ଅଧ ପର୍ୟ୍ୟନ୍ତ ବୈଠକ ହୋଇଥିଲା l ଏହି ସମୟରେ ସେ ବେଶ୍‌ ଖୁସି ଥିବା ନଜର ଆସିଥିଲେ। ଏହାସହ ହିଂମାଶୁ ପୁଣି ବିଜେପିକୁ ଫେରିଛନ୍ତି ।

odisha assembly election

ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି । ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ ।

୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା'ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+