ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ; ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ ମୋଦୀ

ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ ମୋଦୀ । ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ ମୋଦି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି ।

Pm Modi

ଏହା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ବିଗୁଲ ବଜାଇ ସାରିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରର ନିର୍ବାଚନ ହେବ ।

ଏହାପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି ପ୍ରଚାର ଆରମ୍ଭ କରିସାରିଛନ୍ତି । ଗତ ଏପ୍ରିଲ ୨୫ ତାରିଖରେ ଶାହ ଓଡ଼ିଶା ଆସିଥିଲେ । ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବା ସହ ନବୀନ ସରକାର ଉପରେ ଖୁବ୍ ବର୍ଷିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁରରେ ମେ ୧୩ ତାରିଖରେ ମତଦାନ ହେବ । ଏଥିପାଇଁ ୧୧ ତାରିଖରେ ପ୍ରଚାର ଶେଷ ହେବ ।

ଓଡ଼ିଶାରେ ଏକାସଙ୍ଗେ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ । ଏହି ସମୟ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳଗୁଡିକ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି । ଓଡ଼ିଶାରେ ପ୍ରଚଣ୍ଡ ଖରା ତାତିଠୁ ବଳି ଯାଉଛନ୍ତି ନିର୍ବାଚନୀ ତାତି । ଡହ ଡହ ଖରାରେ ବୁଲି ବୁଲି ପ୍ରଚାର କରୁଛନ୍ତି ପ୍ରାର୍ଥୀ । ବିଜେଡିର ମୁଖ୍ୟ ଷ୍ଟାର ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିସାରିଥିବା ବେଳେ ଏବେ ବିଜେଡିକୁ ଟକ୍କର ଦେବାକୁ ଓଡ଼ିଶା ଆସୁଛନ୍ତି ବିଜେପି ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତା ମେ' ୬ ତାରିଖରେ ଗୋଟିଏ ଦିନରେ ଦୁଇଟି ଲୋକସଭା କ୍ଷେତ୍ରରେ ମୋଦିଙ୍କ କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+