ଓଡ଼ିଶା ବିଧାନସଭା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ, ଝାରସୁଗୁଡ଼ାରେ ସର୍ବାଧିକ ୯.୮୬%, ବଲାଙ୍ଗିରରେ ସର୍ବନିମ୍ନ ୪.୯୬%
ରାଜ୍ୟରେ ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ ହୋଇଛି । ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ।

ରାଜ୍ଯର ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ପଡ଼ିବ ଭୋଟ୍ । ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ଶୃଙ୍ଖଳାର ସହ ମତଦାନ ପାଇଁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି ।
ମଇଦାନରେ ୩୦୫ ଜଣ ପ୍ରାର୍ଥୀ ଭାଗ୍ୟ ପରୀକ୍ଷା କରୁଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଥିବା ଲୋକସଭା ଓ ବିଧାନସଭା ଆସନରେ ୨୦୧୯ ନିର୍ବାଚନ ଫଳାଫଳକୁ ଦେଖିଲେ ବିଜେଡିର ପଲା ଭାରି ରହିଛି ।
ମୋଟ ୩୫ ବିଧାନସଭା ଆସନରୁ ବିଜେଡି ଏକାକି ୨୬ ଆସନରେ ବିଜୟୀ ହୋଇଥିଲା । କଂଗ୍ରେସ ଓ ବିଜେପି ୪ଟି ଲେଖାଏଁ ଆସନରେ ବିଜୟୀ ହୋଇଥିଲା । ସେହିପରି ୫ ଲୋକସଭା ଆସନରୁ ବିଜେପି ୩ଟି ଆସନ ଜିଣିଥିବା ବେଳେ ବିଜେଡି ୨ଟି ଆସନରେ ବିଜୟୀ ହୋଇଥିଲା । ଏହି ପର୍ଯ୍ୟାୟରେ ବହୁ ହେଭିୱେଟ୍ ଭାଗ୍ୟ ପରୀକ୍ଷା କରୁଥିଲେ ମଧ୍ୟ ୧୩ଜଣ ହେଭିୱେଟଙ୍କ ଉପରେ ସମସ୍ତଙ୍କ ନଜର ରହିଛି ।
ଏହି ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ଅଛନ୍ତି । ମୋଟ ୯ ହଜାର ୧୬୨ଟି ବୁଥ ଥିବା ବେଳେ ୧ ହଜାର ୪୧ ବୁଥକୁ ମହିଳା ପୋଲିଂ କର୍ମଚାରୀ ଓ ୨୫ଟି ବୁଥକୁ ପିଡବ୍ଲୁଡି କର୍ମଚାରୀ ପରିଚାଳନା କରିବେ । ୧୫୪୧ ଆଦର୍ଶ ବୁଥ କରାଯାଇଥିବା ବେଳେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି ।
ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ଶେଷ କରିବାକୁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ । କନ୍ଧମାଳରେ ୨୨, ଗଞ୍ଜାମରେ ୨୦, ସୁନ୍ଦରଗଡ଼ରେ ୧୬, ବଲାଙ୍ଗୀରରେ ୧୪, ବରଗଡ଼ରେ ୧୪, ଝାରସୁଗୁଡ଼ାରେ ୫ ଓ ବୌଦ୍ଧରେ ୫ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ନିୟୋଜିତ ହେବେ।












Click it and Unblock the Notifications