ଓଡ଼ିଶା ବିଧାନସଭା ନିର୍ବାଚନ: ଚିଲିକା ଆସନରୁ ଟିକେଟ ନ ମିଳିବା ପରେ କଣ କହିଲେ ପାଟ୍ଟଶାଣୀ ?

ଚିଲିକା ବିଧାନସଭା ଆସନରେ ବିଜେଡିରୁ ନିର୍ବାଚନ ଲଢ଼ିବେ ରଘୁନାଥ ସାହୁ। ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିବା ପରେ ସାମ୍ନାକୁ ଆସିଛି ପ୍ରସନ୍ନ ପାଟ୍ଟଶାଣୀଙ୍କ ପ୍ରେସ୍ ବାର୍ତ୍ତା ।

ସେ କହିଛନ୍ତି, ପରବର୍ତ୍ତୀ ଆଭିମୁଖ୍ୟ କ'ଣ ହେବ, ତାହା ସମୟ କହିବ। ବର୍ତ୍ତମାନ ମୁଁ ବିଜୁ ଜନତା ଦଳରେ ଅଛି। ନେତୃତ୍ୱଙ୍କ ଆଦେଶ ମାନି ଶୃଙ୍ଖଳାରେ କାମ କରୁଛି। ମୋ ପାଇଁ ପଦବୀ ବଡ଼ ନୁହଁ, ସମ୍ମାନ ଏବଂ ବିଶ୍ୱାସ ମୋ ପାର୍ଇ ବଡ଼। ହେଲେ ରାଜନୀତିରେ ସମୟ ବଡ଼ ବଳବାନ। କିଏ ରହିବ, କିଏ ଯିବ, ଆଉ ଭବିଷ୍ୟତରେ କ'ଣ ହେବ, ତାହା ସମୟ ଉପରେ ନିର୍ଭର।

ଚିଲିକା ବିଧାନସଭା ଆସନରୁ ତାଙ୍କୁ ବିଜେଡ଼ି ପ୍ରାର୍ଥୀ କରାଯିବ ବୋଲି କୁହାଯାଉଥିଲା। କିନ୍ତୁ ଆଜି ତାଙ୍କୁ ସେଠାରୁ ମଧ୍ୟ ନିରାଶ ହେବାକୁ ପଡ଼ିଛି । ତେଣୁ ପାଟ୍ଟଶାଣୀ ବିଜେପି ସହ ଭିତିରି ଆଲୋଚନା କରୁଛନ୍ତି ବୋଲି ଚର୍ଚ୍ଚା ହେଉଛି ।

prasana patasani

ଚିଲିକାରୁ ପ୍ରାର୍ଥୀ ହୋଇଛନ୍ତି ରଘୁନାଥ ସାହୁ । ସେଠାରେ ଆଗରୁ ବିଜେଡିର ବିଧାୟକ ଥିଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ବିଜେଡି ଦଳରୁ ବହିଷ୍କାର କରିଛି ।

ବିଜେଡି ଷଷ୍ଠ ତାଲିକାରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଟିକେଟ୍‌ ଦେଇଛି। ସେହିପରି ବଡ଼ଚଣାରୁ ବର୍ଷା ପ୍ରିୟଦର୍ଶିନୀ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମଙ୍କୁ ଦଳ ପ୍ରାର୍ଥୀ କରିଛି।

ପ୍ରସନ୍ନ ପାଟ୍ଟଶାଣୀ ୫ଥର ସାଂସଦ ଭାବେ ନିର୍ବାଚନ ଜିତିସାରିଛନ୍ତି । ୧୯୯୮ରୁ ୨୦୧୯ ଯାଏଁ ସେ ଭୁବନେଶ୍ୱରର ସାଂସଦ ଭାବେ ବିଜୟୀ ହୋଇଥିଲେ । ହେଲେ ୫ ଥର ବିଜୟୀ ହେବା ପରେ ବି ୨୦୧୯ରେ ଦଳ ତାଙ୍କ ଉପରେ ଭରସା ନକରି ଅରୂପ ପଟ୍ଟନାୟକଙ୍କୁ ଭରସା କରି ତାଙ୍କୁ ଟିକେଟ୍ ଦେଇଥିଲା । ଆଉ ଗଡ ହାରିଥିଲା ବିଜେଡ଼ି । ଟିକେଟ୍ ନଦେଇ ଦଳ ତାଙ୍କ ଉପରେ ଭରସା କରିନଥିବାରୁ ଅସନ୍ତୁଷ୍ଟ ସେ ବିଜେଡି ସହ ଥିବା ଦୀର୍ଘ ଦିନର ସମ୍ପର୍କକୁ ତୁଟାଇ ପାରନ୍ତି ବୋଲି ଆଲୋଚନା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+