ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ; ୧୩ ମଇରୁ ଓଡ଼ିଶାରେ ଭୋଟ

ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ । ୧୩ ମଇରୁ ଓଡ଼ିଶାରେ ଭୋଟ । ରାଜ୍ୟରେ ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ ହେବ।ଜୁନ୍‌ ୪ ତାରିଖରେ ସାରା ଦେଶରେ ଭୋଟ ଗଣତି ହେବ । ଲୋକସଭା ଓ ବିଧାନସଭା ଭୋଟ ଗଣତି ହେବ । ଜୁନ୍‌ ୪ ମଙ୍ଗଳବାର ଦିନ ହେବ ଭୋଟ ଗଣତି ।

odisha assembly election

ମେ ୧୩ରେ ୨୮ ବିଧାନସଭାରେ ଭୋଟ୍‌ ଗ୍ରହଣ । ମେ ୨୦ରେ ୩୫ ବିଧାନସଭା ପାଇଁ ଭୋଟ୍‌ । ମେ ୨୫ରେ ୪୨ ବିଧାନସଭା ଆସନରେ ଭୋଟ । ଜୁନ୍‌ ୧ରେ ୪୨ ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ ।

ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାରଙ୍କ ସହିତ ଅନ୍ୟ ଦୁଇ ଆୟୁକ୍ତ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ତଦନୁଯାୟୀ ଓଡ଼ିଶାରେ ଆସନ୍ତା ମେ ୧୩ରେ ଭୋଟ ଗ୍ରହଣ କରାଯିବ । ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ ଗ୍ରହଣ କରାଯିବ । ମେ ୧୩, ମେ ୨୦, ମେ ୨୫ ଓ ଜୁନ ୧ ତାରିଖରେ ଭୋଟ ଗ୍ରହଣ କରାଯିବ । ଓଡ଼ିଶା ବିଧାନସଭାର କାର୍ଯ୍ୟକାଳ ଆସନ୍ତା ଜୁନ ୨୪ ତାରିଖରେ ଶେଷ ହେବ । ୨୦୧୯ ଏପ୍ରିଲ ମାସରେ ଏଠାରେ ହୋଇଥିଲା ବିଧାନସଭା ନିର୍ବାଚନ ।

ଚଳିତ ବର୍ଷ ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର ଭୋଟ ଦେବେ । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି ।

ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସିଇସି ରାଜୀବ କୁମାର । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ରହିଛନ୍ତି । ଭୋଟ ଗ୍ରହଣ ପାଇଁ ୫୫ ଲକ୍ଷ ଇଭିଏମ୍‌ ପ୍ରସ୍ତୁତ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+