ଆଜି ଓଡ଼ିଶା ଆସୁଛନ୍ତି ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ୱଶର୍ମା; ମାଗିବେ ଭୋଟ୍

ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଜଣ ହେଭିୱେଟ । ବିଭିନ୍ନ ସ୍ଥାନରେ ପ୍ରଚାର କରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

ଯୋଗୀ ଆଦିତ୍ୟନାଥ ଆଜି ମାହାଙ୍ଗାରେ ଜନସଭାକୁ ସମ୍ବୋଧିତ କରିବେ । ବିଜେପି ପ୍ରାର୍ଥୀ ସୁମନ୍ତ ଘଡ଼ାଇଙ୍କ ପାଇଁ ଭୋଟ ଭିକ୍ଷା କରିବେ । ଯୋଗୀଙ୍କ ସଭା ପାଇଁ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ ।

odisha assembly election

ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ।

ଜେପି ନଡ୍ଡା କରଂଜିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମ୍ବଲପୁର, ଦେବଗଡ଼, ଚମ୍ପୁଆ ଓ ବଡ଼ମ୍ବାରେ ପ୍ରଚାର କରିବେ ।ଆଜି ସରୁଛି ପ୍ରଚାର । ରାଜ୍ୟରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ସରିଛି ।

ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ।

ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+