ଓଡ଼ିଆ ବିଧାନସଭା ନିର୍ବାଚନ: "ଭୋଟ୍ ଫର୍ ୟୋର ଫ୍ୟୁଚର" ମେସେଜ ସହ ସୁଦର୍ଶନ ପଟ୍ଟନାୟକଙ୍କ କଳାକୃତ୍ତି

ଭୋଟ୍ ଦେଉଛି ଓଡ଼ିଶା । ଅଧିକରୁ ଅଧିକ ସଂଖ୍ୟାରେ ଭୋଟ୍ ଦେବା ପାଇଁ ଆହ୍ବାନ କରିଛି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ନିଜର ବାଲୁକା କୃତ୍ତି ଜରିଆରେ ୟୋର ଭୋଟ୍ ଫର୍ ୟୋର ଫ୍ୟୁଚର ମେସେଜ ସହ ଲୋକଙ୍କୁ ସଚେତନ କରାଇଛନ୍ତି ।

୧୦୦ ଫୁଟ୍ ଲମ୍ବ ଓ ୪୦ ଫୁଟ୍ ଓସାରର ଏହି କଳା କୃତ୍ତି ୨୦୦୦ ବଲ୍ ରେ ନିର୍ମିତ କରାଯାଇଛି । ପୁରୀ ବେଳାଭୂମିରେ ଏହା ନିର୍ମିତ ହୋଇଛି ।

odisha assembly election

କେଉଁଠି ମତଦାନ

୪ ଲୋକ ସଭା ଆସନ

କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର

୨୮ ବିଧାନସଭା ଆସନ

ନୂଆପଡ଼ା, ଖଡିଆଳ, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟାଙ୍ଗୀ, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା ଏବଂ ପାରଳାଖେମୁଣ୍ଡି ।

ଓଡ଼ିଶାରେ ଗଣତନ୍ତ୍ରର ମହାପର୍ବ ମତଦାନ ଆରମ୍ଭ । ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ରରେ ଚାଲିଛି ମତଦାନ। କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର, କଳାହାଣ୍ଡି ପାଇଁ ମତଦାନ ଚାଲିଛି । ସେହିପରି୨୮ ବିଧାନସଭା କ୍ଷେତ୍ର ପାଇଁ ମଧ୍ୟ ଏକସଙ୍ଗେ ଭୋଟିଂ ଚାଲିଛି ।

ପ୍ରଥମ ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି । ମୋଟ ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ ହେବ । ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ମାଓପ୍ରବଣ ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ପ୍ରଥମ ପର୍ଯ୍ୟାୟ ପାଇଁ ମୋଟ୍ ୭ହଜାର ୩୦୩ ମତଦାନ କେନ୍ଦ୍ର କରାଯାଇଛି । ୧୨ଶହ ୭୬ ଆଦର୍ଶ ବୁଥ୍ କରାଯାଇଛି । ୭୧୫ ବୁଥ୍ ସମ୍ପୂର୍ଣ୍ଣ ଭାବରେ ମହିଳାଙ୍କ ପାଇଁ ପରିଚାଳିତ । ୬୦ ମତଦାନ କେନ୍ଦ୍ରରୁ ଲାଇଭ୍ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+