ଓଡ଼ିଶା ବିଧାନସଭା ନିର୍ବାଚନ: ଭୁବନେଶ୍ବରରେ ପହଞ୍ଚିଲେ ଡ୍ରିମ୍‌ଗର୍ଲ ହେମାମାଳିନୀ

ଭୁବନେଶ୍ବରରେ ପହଞ୍ଚିଲେ ଡ୍ରିମ୍‌ଗର୍ଲ ହେମାମାଳିନୀ । ସାଲିଆସାହିରେ ବିଜେପି ଜନସଭାକୁ ସମ୍ବୋଧିତ କରିବେ । ଅପରାହ୍ନରେ କଟକ କିଶୋରନଗରରେ ଦଳୀୟ ସଭାରେ ଯୋଗ ଦେବେ ହେମା ।

Hema Malini

ଭୁବନେଶ୍ବର ବିମାନବନ୍ଦର ବାହାରେ ହେମାମାଳିନୀ ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟର ୨୫ ବର୍ଷର ସରକାର ପରିବର୍ତ୍ତନ ହେବାର ସମୟ ଆସିଛି ।
ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା କୌଣସି ବିକାଶ ହୋଇନି । ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଦରକାର । ମୋଦିଙ୍କ କାର୍ଯ୍ୟରେ ଦେଶବାସୀ ଖୁସି, ଏଠି ବିଜେପି ସରକାର କରିବ ବୋଲି ହେମାମାଳିନୀ କହିଛନ୍ତି ।

ହେମା ମାଳିନୀଙ୍କ କାର୍ଯ୍ୟସୂଚୀ

ଭୁବନେଶ୍ୱର ସାଲିଆ ସାହିରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ୍ ଭିକ୍ଷା କରିବେ ହେମା । ଏକଘଣ୍ଟାପରେ ସେ ହେଲିକପ୍ଟର ଯୋଗେ କଟକ ପହଞ୍ଚିବେ। ମଧ୍ୟାହ୍ନ ୧ଟା ୧୦ରେ କଟକ କିଶୋର ନଗରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେଠାରେ ପ୍ରଚାର ସାରିବା ପରେ ପିପିଲି ଯିବେ ଡ୍ରିମଗାର୍ଲ । ଅପରାହ୍ନ ୪ଟାରେ ପିପିଲି ରୋଡ୍ ସୋ ରେ ଯୋଗଦେବେ। ଏହାପରେ ସନ୍ଧ୍ୟା ୫ଟାରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିବେ ହେମାମାଳିନୀ।

ସେହିପରି ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ଷ୍ଟାର କ୍ୟାମ୍ପେନର କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ପ୍ରମୁଖ।
ରାଉରକେଲାରେ ସାଧାରଣ ସଭା କରିବେ ଅମିତ ଶାହ ।

ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ମଧ୍ୟ ଓଡ଼ିଶା ପ୍ରଚାରରେ ଆସିବେ। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି.ଉଦୟଗିରିରେ ପ୍ରଚାର କରିବେ ।କଟକ ଜିଲ୍ଲାରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଆଠଗଡ଼ ଓ ନରସିଂହପୁରରେ ପ୍ରଚାର କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କବିସୂର୍ଯ୍ୟନଗର, କଣ୍ଟାବାଂଜି , ଲୋଇସିଂହା, ସତ୍ୟବାଦୀ, ପିପିଲି ସମାବେଶରେ ଯୋଗଦେବେ ।

ଭୁବନେଶ୍ୱର, କଟକ ଓ ପିପିଲି ଗସ୍ତ କରି ସାଧାରଣ ସଭାରେ ଯୋଗଦେବେ ହେମା ମାଳିନୀ । ଉତ୍ତର ଭୁବନେଶ୍ୱର ଓ କଟକର କିଷାନନଗରରେ ଦୁଇଟି ଜନସଭାକୁ ସମ୍ବୋଧନ କରିବା ସହ ପିପିଲିରେ ହେମା ମାଳିନୀ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+