ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ; ଶପଥ ପାଠ କରାଉଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ
ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ । ଶପଥ ନେଉଛନ୍ତି ରାଜ୍ୟର ନବନିର୍ବାଚିତ ବିଧାୟକ । ଶପଥ ପାଠ କରାଉଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ନେବା ପରେ ନବ ନିର୍ବାଚିତ ବିଧାୟକ ପର୍ଯ୍ୟାୟକ୍ରମେ ଶପଥଗ୍ରହଣ କରୁଛନ୍ତି । ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ ।

ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ । ଏହାପରେ ୨୦ରେ ରହିଛି ବାଚସ୍ପତି ନିର୍ବାଚନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ଦିଆଯିବ । ସୁରକ୍ଷା ଦାୟିତ୍ୱରେ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ନିଜେ ପୋଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ।
ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ ଭାବେ ଶପଥ ନେଇଥିଲେ। ଏହାପରେ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସେହିପରି ବିଧାୟକ ଭାବେ ରବି ନାୟକ, ସୂର୍ଯ୍ୟବଂଶୀ ସୂରଜ, ସୁରେଶ ପୂଜାରୀ, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ ବି ଶପଥ ନେଇଛନ୍ତି।
ଏଥର ବିଧାନସଭାକୁ ୮୨ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇ ଆସିଛନ୍ତି । ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ନେତାମାନେ ବିଧାନସଭାକୁ ମୁଣ୍ଡିଆ ମରି ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା।
ଅନ୍ୟପଟେ ପ୍ରଥମ ଥର ପାଇଁ ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ସିଦ୍ଧାନ୍ତ ମହାପାତ୍ର । ବିଧାୟକ ହେବା ପରେ ଆଜି ଶପଥ ନେବାକୁ ବିଧାନସଭାରେ ପହଁଚିଛନ୍ତି । ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା ନେଇ ରାଜ୍ୟବାସୀଙ୍କୁ ବାର୍ତା ଦେଇଛନ୍ତି । ସମସ୍ତ ନେତା, ମନ୍ତ୍ରୀ ଓ ସାଧାରଣ ଜନତାଙ୍କୁ ମଧ୍ୟ ସାଇକେଲ ବ୍ୟବହାର ପାଇଁ ଅପିଲ କରିଛନ୍ତି ।












Click it and Unblock the Notifications