ଓଡ଼ିଶା ବିଧାନସଭା ନିର୍ବାଚନ: ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶ ଇସ୍ତଫା ଦେଇଛନ୍ତି । ଦଳର ସଭାପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି । ବିଜେଡି ଛାଡ଼ିଥିବା ନେଇ ଭିଡିଓ ବାର୍ତ୍ତାରେ ଦେଲେ ସୂଚନା ।

ଚଳିତ ବିଧାନସଭା ନିର୍ବାଚନରେ ଦଳ ତାଙ୍କୁ ଟିକେଟ୍‌ ଦେଇନଥିଲା । ଯାହାକୁ ନେଇ କ୍ଷୁବ୍ଧ ହୋଇଥିଲେ ଜ୍ୟୋତିପ୍ରକାଶ । ୨୦୧୪ ଓ ୨୦୧୯ ନିର୍ବାଚନରେ ବାଲେଶ୍ୱର ଜିଲ୍ଲାର ସିମୁଳିଆ ବିଧାନସଭା ଆସନରୁ ଜ୍ୟୋତିପ୍ରକାଶ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ ।

Jyoti panigrahi

ମେ ୨୫ରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯିବ । ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମ୍ବଲପୁର, କେଉଁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ପରି ଗୁରୁତ୍ୱପୂର୍ଣ୍ଣ ଆସନରେ ଭୋଟିଂ ହେବ । ସେଥିମଧ୍ୟରୁ କଟକରେ ହେବାକୁ ଥିବା ହାଇଭୋଲଟେଜ୍ ଲଢ଼େଇ ଉପରେ ଏବେ ସାରା ରାଜ୍ୟବାସୀଙ୍କ ନଜର ରହିଛି ।

ଜ୍ୟୋତିପ୍ରକାଶ ପାଣିଗ୍ରାହୀ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସଂସ୍କୃତି ବିଭାଗ ସମ୍ଭାଳୁଥିଲେ । ସେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ତାଙ୍କର ଭଲ ଦବଦବା ଥିବା ବେଳେ କ'ଣ ପାଇଁ ଏଥର ତାଙ୍କ ଟିକେଟ କଟିଛି ସେ ନେଇ କିଛି ସ୍ପଷ୍ଟ ଉତ୍ତର ମିଳି ପାରିନି । ତେବେ ସେ ଆଗାମୀ ଦିନରେ କେଉଁ ରାଜନୈତିକ ଦଳରେ ଯୋଗ ଦେବେ ତାହା ଉପରୁ ପରଦା ହଟାଇ ନାହାନ୍ତି ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।

ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପୂର୍ବରୁ ଗତ ୧୯ ତାରିଖରେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଜେଡି ଛାଡ଼ି ସାରିଛନ୍ତି । ଟିକେଟ ନ ମିଳିବାରୁ ସେ ବି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି ।

୨୦୦୯, ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟରେ ନିମାପଡ଼ାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସମୀର । ମାତ୍ର ଏଥର ଟିକେଟ କଟିବାରୁ ସେ ଅସନ୍ତୁଷ୍ଟ ଥିଲେ । ବାରମ୍ବାର ଶକ୍ତି ପ୍ରଦର୍ଶନ ସତ୍ତ୍ୱେ ଦଳ ତାଙ୍କୁ ଅଣଦେଖା କରିବାରୁ ଶେଷରେ ସେ ଦଳ ଛାଡ଼ି ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+