ଓଡ଼ିଶା ବିଧାନସଭା ନିର୍ବାଚନ: ୨୨ରେ ଓଡ଼ିଶା ଆସିବେ ଅରୁଣ ଗୋଭିଲ ଓ ୨୩ରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଓଡ଼ିଶା ଆସିବେ ଉତ୍ତର ପ୍ରଦେଶର ମୂଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ରାମାୟଣର 'ରାମ' ଅରୁଣ ଗୋଭିଲ୍ । ୨୨ରେ ଓଡ଼ିଶା ଆସିବେ ଟେଲିଭିଜନ ଧାରାବାହିକ ରାମାୟଣରେ ଶ୍ରୀରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ । ଅରୁଣ ଗୋଭିଲ ୨୨ରେ ୪ଟି ସଭାରେ ଯୋଗଦେବେ । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭା କରିବେ ବୋଲି ଜଣାପଡ଼ିଛି ।

ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଦିନିକିଆ ଗସ୍ତରେ ଆସି ଚିଲିକା ଓ ସାଲେପୁର କୁଳିଆରେ ନିର୍ବାଚନୀ ସଭା କରିବେ ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେହିପରି ଆସନ୍ତା ୨୩ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସେ କରଞ୍ଚିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ପ୍ରଚାର କରିବେ ।

ଦୁଇଟି ପର୍ଯ୍ୟାୟ ନିର୍ବାଚନ ସାରିଥିବା ବେଳେ ଆସନ୍ତା ମେ' ୨୫ରେ ତୃତୀୟ ପର୍ଯ୍ୟାୟ ଓ ଜୁନ୍‌ ୧ରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ତେବେ ଚଳିତ ଥର ବିଜେପି ଫୋକସ୍‌ରେ ରହିଛି ଓଡ଼ିଶା । ପ୍ରଧାନମନ୍ତ୍ରୀଙ୍କଠାରୁ ଗୃହମନ୍ତ୍ରୀଙ୍କ ପର୍ଯ୍ୟନ୍ତ ବିଜେପିର କେନ୍ଦ୍ରୀୟ ନେତା ବାରମ୍ବାର ଓଡ଼ିଶା ଆସି ବିଜେପି ସପକ୍ଷରେ ଜାରି ରଖିଛନ୍ତି ଧୁଆଁଧାର ପ୍ରଚାର ।

odisha assembly election

ଆଜି ଓଡ଼ିଶାରେ ମାରାଥନ ପ୍ରଚାର କରୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପ୍ରଥମେ ସମ୍ବଲପୁର ପରେ କେନ୍ଦୁଝରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ପରଜଙ୍ଗ ଓ ଶେଷରେ ନୟାଗଡ଼ରେ ନିର୍ବାଚନୀ ସଭା କରିବେ । ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଆତ୍ମାକୁ ଆଜି ଶାନ୍ତି ମିଳୁଥିବ । ଓଡ଼ିଶାରେ ଓଡ଼ିଆ ଭାଷା ସଂସ୍କୃତି ଆଧାରରେ ସରକାର ହେବାକୁ ଯାଉଛି । ଏଥର ଓଡ଼ିଶାରେ ଡବଲ ଇଂଜିନ ସରକାର ହେବାକୁ ଯାଉଛି ବୋଲି କହିଛନ୍ତି ଶାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+