ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି: ଗଣଶିକ୍ଷା ମନ୍ତ୍ରୀ
ଜ୍ୟରେ ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ବର୍ତ୍ତମାନ ସୁଦ୍ଧା ୩,୧୨,୪୮୨ ସ୍କୁଲରେ ଭିତ୍ତିଭୂମି ନିମନ୍ତେ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ୧୨୪୬୬ଟି ସ୍କୁଲ ପାଇଁ ୩୧୯ କୋଟି ୧୬ ଲକ୍ଷ ୫୮ ହଜାର ଟଙ୍କା
ଭୁବନେଶ୍ବର: ରାଜ୍ୟରେ ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ବର୍ତ୍ତମାନ ସୁଦ୍ଧା ୩,୧୨,୪୮୨ ସ୍କୁଲରେ ଭିତ୍ତିଭୂମି ନିମନ୍ତେ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି । ଚଳିତ ଆର୍ଥିକ ବର୍ଷରେ ୧୨୪୬୬ଟି ସ୍କୁଲ ପାଇଁ ୩୧୯ କୋଟି ୧୬ ଲକ୍ଷ ୫୮ ହଜାର ଟଙ୍କା ମଞ୍ଜୁରୀ ଲାଭ କରିଛି ବୋଲି ଆଜି ବିଧାନସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉତ୍ତର ରଖିଛନ୍ତି ।

ଏଥି ସହ ୧୮୬୭ଟି ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ବିକାଶ ଲାଗି ୧୪ଲକ୍ଷ ୭୯ହଜାର କୋଟିଟଙ୍କା ବ୍ୟୟବରାଦ କରାଯାଇଛି ବୋଲି ସେ କହିଛନ୍ତି । ସେହିପରି ୫୧୨ ଉଚ୍ଚ ବିଦ୍ୟାଳୟରେ ଅତିରିକ୍ତ ଶ୍ରେଣୀ ଗୃହ ଲାଇବ୍ରେରି ସାଇନ୍ସଲାବ, ଶୌଚାଳୟ , ବିଦ୍ୟୁତ କରଣ ଓ ଆସବାବ ପତ୍ର ପାଇଁ ୪୩୨କୋଟି ୮ଲକ୍ଷ ୮୧ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦ୍ଵିତୀୟ ପର୍ଯୟରେ ୮ଟି ବ୍ଲକର ୧ହଜାର୧୪୬ଟି ଉଚ୍ଚ ବିଦ୍ୟାଳୟକୁ ରୂପାନ୍ତରିତ କରିବା ପାଇଁ୬୮୭ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଡ୍ରପ ଆଉଟ ରୋକିବା ପାଇଁ ସରକାର ସ୍ମାର୍ଟ ସ୍କୁଲ ସହିତ ଅନ୍ୟନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ୨୪ ଜିଲ୍ଲାରେ ୩୦୫୧ଟି ସ୍କୁଲକୁ ମୋ ସ୍କୁଲ ଜରିଆରେ ୧୪ଶହ୨୮ କୋଟି ଟଙ୍କାର ପାଣ୍ଠି ଯୋଗାଇ ଦିଆଯାଇଛି ବୋଲି ସେ କହିଛନ୍ତି ।
ତେବେ ସର୍ବଶିକ୍ଷା ଅଭିଯାନରେ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ଦେଉନାହାନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ସେ ଆହୁରି କହିଛନ୍ତି, ଖାଲିପଡିଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପକ୍ରିୟା ଜାରିହିଛି। ଏପଟେ ସର୍ବଶିକ୍ଷା ଅଭିଯାନରେ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ପାଇଁ କେନ୍ଦ୍ର ସରକାର ଅର୍ଥ ଦେଉନାହାନ୍ତି ମନ୍ତ୍ରୀ କହିଥିବା ବେଳେ ଜାତୀୟ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତି ଜାତୀୟ ହାରଠାରୁ ଯଥେଷ୍ଟ ଅଧିକ ବୋଲି ମୁଲତବୀ ଉତ୍ତରରେ କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ।












Click it and Unblock the Notifications