ସ୍କୁଲ ପିଲା କରୋନା ପଜିଟିଭ୍, ବନ୍ଦ ହେବ କି ସ୍କୁଲ: କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ ?
ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ସଂକ୍ରମଣ ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାର ୨ଟି ସ୍କୁଲର ୩୪ ପିଲା ପଜିଟିଭ୍ ଚିହ୍ନଟ ହୋଇଥିବା ସେ କହିଛନ୍ତି ।
ଭୁବନେଶ୍ୱର: ଚାଲିଛି ବିଧାନସଭା ମୌସୁମୀ ଅଧିବେଶନ । ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ସଂକ୍ରମଣ ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାର ୨ଟି ସ୍କୁଲର ୩୪ ପିଲା ପଜିଟିଭ୍ ଚିହ୍ନଟ ହୋଇଥିବା ସେ କହିଛନ୍ତି ।

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ କାନପୁରା ହାଇସ୍କୁଲର ସମୁଦାୟ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍କୁଲର କେବଳ ୧୪ ପିଲା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଶିକ୍ଷକ ଓ ଜଣେ ପିଅନ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ସାମନାକୁ ଆସିବା ପରେ କାନପୁରା ପଞ୍ଚାୟତିରାଜ ହାଇସ୍କୁଲକୁ ୭ ଦିନ ପାଇଁ ବନ୍ଦ କରି ଦିଆଯାଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି ।
ମିଳିଥିବା ସୂଚନା ମୁତାବକ କାନପୁରା ହାଇସ୍କୁଲ ହଷ୍ଟେଲରେ ପିଲାମାନେ ରହୁଥିବା ବେଳେ ଗତ ୩୧ ତାରିଖରେ ୧୯୭ ଜଣଙ୍କର ଆରଟିପିସିଆର ଟେଷ୍ଟ କରାଯାଇଥିଲା। ଏହାପରେ ୧ ତାରିଖରେ ୧୪୭ ଜଣଙ୍କର ଟେଷ୍ଟ ହୋଇଥିଲା। ୪ ତାରିଖରେ ଆସିଥିବା ରିପୋର୍ଟରେ ୨୦ ଜଣ ପଜିଟିଭ ହୋଇଥିଲେ।












Click it and Unblock the Notifications