ଆଜି ବି ଚାଲି ପାରିଲାନି ବିଧାନସଭା, ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି
ମୌସୁମୀ ଅଧିବେଶନରେ ଲଗାତାର ତୃତୀୟ ଦିନ ବିଧାନସଭା ଚାଲି ପାରିନାହିଁ । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଗୃହ କାର୍ଯ୍ୟ ଠପ୍ ରହିଛି ।
ଭୁବନେଶ୍ୱର: ଆଜି ବି ଚାଲିପାରିଲାନି ବିଧାନସଭା । ମୌସୁମୀ ଅଧିବେଶନରେ ଲଗାତାର ତୃତୀୟ ଦିନ ବିଧାନସଭା ଚାଲି ପାରିନାହିଁ । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଆଜି ବି ଗୃହ କାର୍ଯ୍ୟ ଠପ୍ ରହିଛି । ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟ ହୋ ହଲ୍ଲା କରିଥିଲେ । ଫଳରେ ବାଧ୍ୟ ହୋଇ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ରଖିଛନ୍ତି ।

ଗତ ଦୁଇଦିନ ହେବ କଂଗ୍ରେସ ଚାଷୀ ଓ ମରୁଡି ସମସ୍ୟା ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଥିବା ବେଳେ ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି । କିନ୍ତୁ ଆଜି କୌଣସି ଚାଷି କିମ୍ବା ମରୁଡି ପ୍ରସଙ୍ଗ ଉଠାଇ ନାହାନ୍ତି ବିରୋଧି । ଆଜି ଗୃହରେ ଷ୍ଟାଫ୍ ସିଲେକ୍ସନ ଦୁର୍ନୀତି ପ୍ରସଙ୍ଗ ଉଠାଇ କଂଗ୍ରେସ ହଟ୍ଟଗୋଳ କରିଥିଲେ । ଯାହାକୁ ନେଇ ଅପରାହ୍ଣ ୪ଟା ଯାଏଁ ଗୃହ କାର୍ଯ୍ୟକୁ ମୁଲତବୀ ରଖିଲେ ବାଚସ୍ପତି ।
ମୌସୁମୀ ଅଧିବେଶନ ଆରମ୍ଭ ଦିନରୁ ଗୃହରେ ଅଚଳାବସ୍ଥା ଲାଗି ରହିଛି । ପ୍ରଥମ ୨ ଦିନ ମରୁଡ଼ି ପ୍ରସଙ୍ଗକୁ ନେଇ ବିରୋଧୀ ହୋ ହଲ୍ଲା କରିଥିଲେ । ସର୍ବଦଳୀୟ ବୈଠକ ପରେ ମନ୍ତ୍ରୀ ଗୃହରେ ତଥ୍ୟ ରଖିଥିଲେ ମଧ୍ୟ ହଟ୍ଟଗୋଳ କରିଥିଲେ ବିରୋଧୀ ।












Click it and Unblock the Notifications