ମୌସୁମୀ ଅଧିବେଶନର ଆରମ୍ଭ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ, ଅପରାହ୍ନ ୫ଟା ଯାଏ ଗୃହ ମୁଲତବୀ
ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଦିନ ୧୧ରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଗୃହ ମୁଲତବୀ ରହିବ । ଦିନ ୧୧ଟାରୁ ଆରମ୍ଭ ହୋଇଥିଲା ଗୃହ କାର୍ଯ୍ୟ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ ରହିଛି ।
ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ରମେଶ ସୋରେନ, ନିବେଦିତା ପ୍ରଧାନ, କୁମର ବେହେରା, ଲାନ୍ସ ନାୟକ ଦେବାଶିଷ ବିଶ୍ବାଳ, କନେଷ୍ଟବଳ ସୁଶାନ୍ତ ଖୁଣ୍ଟିଆ, ସୁଶାନ୍ତ କୁମାର ମହାନ୍ତିଙ୍କ ସ୍ମୃତିରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ । ପରେ ଗୃହରେ ନିରବ ପ୍ରାର୍ଥନା ହୋଇଥିଲା । ସନ୍ଧ୍ୟା ୫ଟା ଯାଏଁ ଗୃହ ମୁଲତବି ରହିଛି । ଅପରାହ୍ନ ୫ଟାରେ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଅତିରିକ୍ତ ବଜେଟ୍ ର ଆକାର ପ୍ରାୟ ୨୨ହଜାର କୋଟି ବୋଲି ଜଣାପଡ଼ିଛି । ଏହା ବ୍ୟତିତ ଆପାର୍ଟମେଣ୍ଟ ଅଧ୍ୟାଦେଶ, ଡ୍ରିମ୍ ସ ୟୁନଭରସିଟି ବିଲ୍, ପାଣି ପଞ୍ଚାୟତ ବିଲ୍, ଓବିସି କମିଶନ ଅଧ୍ୟାଦେଶ ଗୃହରେ ଆଗତ ହେବ ।

ମୌସୁମୀ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୋଲିସ ଡ଼ିଜି ସୁନୀଲ ବଂଶଲ ନିଜେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ସୁରକ୍ଷା ବ୍ୟବସ୍ଥା ସମୀକ୍ଷା ବେଳେ ପୋଲିସ କମିଶନର, ଆଇନ ଶୃଙ୍ଖଳା ଏଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି, ଭୁବନେଶ୍ୱର ସିପିପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।
ବିଧାନସଭା ପରିସର ଓ ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଥମ ଥର ପାଇଁ ବାହାରେ ଏସଟିୟୁ ଓ ଓଏସଏଫ ନିୟୋଜିତ ହେବେ। ସେହିପରି ଟ୍ରାଫିକ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ରାଲି ଓ ଧାରଣ ଉପରେ ନଜର ରଖାଯାଇଛି । ସୁରକ୍ଷା ଲାଗି କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି ।












Click it and Unblock the Notifications