ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଏଥର ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ଏନେଇ ବିଧାନସଭା ସୁତ୍ରରୁ ମିଳିଛି ସୂଚନା ।
୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ମିଳିଛି । ମୌସୁମୀ ଅଧିବେଶନ ଥିବାରୁ ବାଚସ୍ପତି ପଦ ପୂରଣ ହେବା ଜରୁରୀ ହୋଇପଡ଼ିଛି । ତେଣୁ ଏହା ପୂର୍ବରୁ ସେପ୍ଟେମ୍ବର ୨୧ରେ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ ।
ସେପ୍ଟେମ୍ବରରେ ୧୮ ରେ ନାମାଙ୍କନ ଦାଖଲ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବା ନେଇ ସୂଚନା ମିଳିଛି । ଏନେଇ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।

ସେପଟେ ୨୧ରେ ବାଚସ୍ପତି ନିର୍ବାଚନ । ଆସନ୍ତା ୨୧ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ । ୧୮ରେ ନାମାଙ୍କନ ଦାଖଲ କରାଯିବ । ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ବାଚସ୍ପତି ପଦ । ତେବେ ଏହି ପଦବୀ ଖୁବ୍ ଶୀଘ୍ର ପୂରଣ ହେବ ।
ପ୍ରାୟ ୪ ମାସ ପରେ ପୂରଣ ହେବ ଗୁରୁତ୍ୱପୂର୍ଣ୍ଣ ସାମ୍ବିଧାନିକ ପଦବୀ ।ବାଚସ୍ପତି ନିର୍ବାଚନ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ଅଧିବେଶନ ଥିବାରୁ ବାଚସ୍ପତି ପଦ ପୂରଣ ହେବା ଜରୁରୀ ହୋଇପଡ଼ିଛି ।
ମେ ୧୨ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଅର୍ଥମନ୍ତ୍ରୀ ହୋଇଥିଲେ ବିକ୍ରମ ଆରୁଖ । ହେଲେ ସେବେଠୁ ବାଚସ୍ପତି ପଦ ଖାଲି ପଡ଼ିଛି ଯେ ପଡ଼ିଛି ।
ସେବେଠୁ ଉପ ବାଚସ୍ପତି ରଜନିକାନ୍ତ ସିଂ ଆକ୍ଟିଂ ବାଚସ୍ପତି ଦାୟିତ୍ୱ ନିର୍ବାହ କରୁଥିଲେ । ଲୋକତାନ୍ତ୍ରିକ ଶାସନ ବ୍ୟବସ୍ଥାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ପଦବୀଟି ଏତେ ଦିନ ଧରି ଖାଲି ପଡ଼ିବାକୁ ନେଇ ବଢ଼ୁଥିଲା ଅସନ୍ତୋଷ । ତେବେ ପୂରଣ ହେବ ଏହି ପଦବୀ ।












Click it and Unblock the Notifications