ସେପ୍ଟେମ୍ବର ୧ରୁ ବିଧାନସଭା ମୌସୁମୀ ଅଧିବେଶନ
ଆସନ୍ତା ମାସ ପହିଲାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । କରୋନା କଟକଣାରେ ମଧ୍ୟରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥର ମୌସୁମୀ ଅଧିବେଶନ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ ନୁହେଁ।
ଭୁବନେଶ୍ୱର: ଆସନ୍ତା ମାସ ପହିଲାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । କରୋନା କଟକଣାରେ ମଧ୍ୟରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥର ମୌସୁମୀ ଅଧିବେଶନ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ ନୁହେଁ।

ଯେଉଁମାନେ ଡବଲ ଡୋଜ୍ ଟିକା ନେଇଥିବେ, ସେମାନଙ୍କୁ ବିଧାନସଭାରେ ପ୍ରବେଶ ଅନୁମତି ମିଳିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି । ୪ଫୁଟ ଦୂରରେ ବିଧାୟକଙ୍କ ବସିବା ବ୍ୟବସ୍ଥା ହୋଇଛି। କିଭଳି ବିଧାନସଭା ଅଧିବେଶନ ସୁରୁଖୁରୁରେ ଚାଲିବ, ସେନେଇ ବାଚସ୍ପତି ବିଭିନ୍ନ ଦଳ ସହ ଆଲୋଚନା କରିବେ।
ତେବେ ଚଳିତ ଥର ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଷୋଡ଼ଶ ବିଧାନସଭାର ସପ୍ତଦଶ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍ଟେମ୍ବର ୧ ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।












Click it and Unblock the Notifications