ବସ୍ତିବାସିନ୍ଦାକୁ ମିଳିବ ଘର, ବିଧାନସଭାରେ ପାରିତ ହେଲା ବିଲ୍
ହଟ୍ଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ୩ଟି ବିଲ । ଓଡିଶା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ସଂଶୋଧନ ବିଲ୍, ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ଵ ବିଦ୍ୟାଳୟ ବିଲ୍ ଓ ଓଡିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ ପାରିତ ହୋଇଛି ।
ଭୁବନେଶ୍ୱର: ହଟ୍ଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ୩ଟି ବିଲ । ଓଡିଶା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ସଂଶୋଧନ ବିଲ୍, ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ଵ ବିଦ୍ୟାଳୟ ବିଲ୍ ଓ ଓଡିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ ପାରିତ ହୋଇଛି ।

ଓଡିଶା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ସଂଶୋଧନ ବିଲ୍ ଦ୍ୱାରା ଯେଉଁ ମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ 30 ବର୍ଗ ମିଟର ଜାଗା ଯୋଗାଇ ଦେବେ ସରକାର । ଯାହା କି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ପାରିବେ । ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଏହି ସଂଶୋଧନ ଆଇନ ଦ୍ୱାରା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ଓ ଗୃହ ନିର୍ମାଣ ସୁନିଶ୍ଚିତ କରାଯାଇ ପାରିବ ।












Click it and Unblock the Notifications