ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ; ୨୦୨୨ରେ ଯାଇଛି ୫ ହଜାର ୪୬୭ ଜଣଙ୍କ ଜୀବନ
ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ଗତ ବର୍ଷ ତୁଳନାରେ ବଢ଼ିଛି । ୨୦୨୨ରେ ଯାଇଛି ୫ ହଜାର ୪୬୭ ଜଣଙ୍କ ଜୀବନ । ରାଜ୍ୟରେ ବଢ଼ିଛି ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ । ପାଞ୍ଚ ବର୍ଷର ରେକର୍ଡ ଭାଙ୍ଗିଛି ଗତବର୍ଷର ଦୁର୍ଘଟଣା ।
ସେହିପରି ଦୁର୍ଘଟଣାରେ ୧୦,୩୦୨ ଜଣ ଆହତ ହୋଇଛନ୍ତି । ଗତ ପାଞ୍ଚ ବର୍ଷରେ ମୋଟ ୫୪,୭୯୦ଟି ସଡ଼କ ଦୁର୍ଘଟଣା ହୋଇଛି । ଯେଉଁଥିରେ ୨୫,୯୩୪ ଜଣଙ୍କ ଜୀବନ ଯାଇଛି । ଆଉ ଆହତ ହୋଇଛନ୍ତି ୫୧, ୮୭୩ ଜଣ ।
ସେହିପରି ସଡ଼କ ସଚେତନତା ବାବଦକୁ ୫ ବର୍ଷରେ ୭୯ କୋଟି ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର । ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନରେ ବିଧାନସଭାରେ ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ ।

ଅଜଣା ଗାଡ଼ି ଧକ୍କା ଦ୍ବାରା ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ଓ ଗୁରୁତର ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପା ରାଶି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଛି ।
ଶୀତଅଧିବେଶନର ତୃତୀୟ ଦିନରେ ମଧ୍ୟ ଚାଲିପାରିଲା ନାହିଁ ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଏବଂ ଜୋରଦାର ହଙ୍ଗାମା କରିବା ସହ ବାଚସ୍ପତିଙ୍କ ପୋଡିଏମ ନିକଟକୁ ଯାଇ ବିରୋଧୀ ପ୍ଲାକାର୍ଡ ଧରି ପ୍ରତିବାଦ କରିଥିଲେ । ଯାହା ଫଳରେ ପ୍ରଶ୍ନକାଳ ଚାଲିପାରି ନଥିଲା । ଆଜି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।
ସୂଚନାଥାଉ ଯେ, ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଗତକାଲି ମଧ୍ୟ ଅଚଳ ରହିଥିଲା । ଗୃହକୁ ଆଜି ପର୍ଯ୍ୟନ୍ତ ମୁଲତବି ରଖିଥିଲେ ବାଚସ୍ପତି । ଦ୍ଵିତୀୟ ଦିନରେ ମଧ୍ୟ ଚାଲିପାରିନଥିଲା ଗୃହ । ଜମି ଅଧିଗ୍ରହଣ ପ୍ରସଙ୍ଗକୁ ନେଇ ହୋହାଲ୍ଲା ଦେଖିବାକୁ ମିଳିଥିଲା । ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ପରେ ଦିବା ୧୨ ଯାଏଁ ଗୃହକୁ ମୁଲତବି କରିଥିଲେ ବାଚସ୍ପତି । ପରେ ଗୃହ ଆରମ୍ଭ ହେବା ପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ହୋଇଥିଲା ।












Click it and Unblock the Notifications