Odisha Assembly: ୨୦୪୭ ସୁଦ୍ଧା ବିକଶିତ ଭାରତର ପ୍ରମୁଖ ଭୂମିକା ତୁଲାଇବ ଓଡିଶା
ଆରମ୍ଭ ହୋଇଛି ସପ୍ତଦଶ ଓଡ଼ିଶା ବିଧାନସଭାର ତୃତୀୟ ଅଧିବେଶନ । ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ । ଏହାପରେ ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ବିଧାୟକ ବିଜୟ ମହାନ୍ତି ଓ ସଦନ ନାୟକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ରାଜ୍ୟପାଳ କହିଥିଲେ, ଓଡ଼ିଶା ଖଣିଜ ସଂପଦରେ ଭରପୂର। ଏହାର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡ଼ିଶା। ରାଜ୍ୟରେ ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୂଳମନ୍ତ୍ର ରହିଛି। ଏହିକ୍ରମରେ ସରକାର ଧାନର ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି କରିଛନ୍ତି।
ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି । ଖୁବ କମ୍ ସମୟରେ ଡିଜିପି ସମ୍ମିଳନୀ, ଉତ୍କର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରିଛୁ। ରାଜ୍ୟରେ ନୂଆ ଶିକ୍ଷାନୀତିକୁ ଲାଗୁ କରିଛନ୍ତି ସରକାର। ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ ।

ତେବେ ଆସନ୍ତା ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ଦୁଇ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ। ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଥିବା ରାଜ୍ୟପାଳ କହିଛନ୍ତି ।












Click it and Unblock the Notifications