Odisha Assembly Session: ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନ କାର୍ଡଧାରୀ ଚିହ୍ନଟ, ବାପପୁଅ ଅଲଗା ରହୁଥିଲେ ଉଭୟଙ୍କୁ ରାସନକାର୍ଡ

ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାସନ କାର୍ଡଧାରୀ ଚିହ୍ନଟ ହୋଇଛନ୍ତି । ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି । ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି । ତେବେ କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି । ଯେଉଁ ପରିବାରର ବାପପୁଅ ଅଲଗା ରହୁଥିବେ ଉଭୟଙ୍କୁ ରାସନକାର୍ଡ ଦେବାର ବ୍ୟବସ୍ଥା କରାଯିବ ।

କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି । କେନ୍ଦ୍ର ସରକାର ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ ୨୦୨୨ରୁ ନୂତନ ରାଶନ କାର୍ଡ ଇସ୍ୟୁ କରାଯାଉ ନାହିଁ। ବିଜୁ ସ୍ବାସ୍ଥ୍ୟ କାର୍ଡ ହାତେଇବା ପାଇଁ ବହୁ ସଂଖ୍ୟାରେ ରାଶନ କାର୍ଡ ଲାଗି ଆବେଦନ ହେବାରୁ ନୂତନ କାର୍ଡ ଇସ୍ୟୁ ବନ୍ଦ କରାଯାଇଥିଲା।

Odisha Assembly Session

ପୁଣି ବିଧାନସଭାରେ ପୂର୍ବ ସରକାରକୁ ଘେରିଲେ ମନ୍ତ୍ରୀ। ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନ କାର୍ଡ। ବିଧାନସଭାରେ ଏପରି ଏକ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ବିଭାଗ ଭୂତ ହିତାଧିକାରୀ ଏବଂ ଧନୀ ଲୋକଙ୍କୁ ରାସନ କାର୍ଡରୁ ବାଦ ଦେଉଛନ୍ତି । ଗରିବ ଲୋକଙ୍କୁ ବାଦ ଦିଆଯାଉନି କି ଯିବ ନାହିଁ । ସେହିପରି ଆହୁରି କହିଛନ୍ତି, ବିଜେଡି ସରକାର ସମୟରେ ରାସନ ଡିଲର ସବୁ ଖାଇ ଖୋଳ କରିଦେଇଛନ୍ତି । ନିର୍ବାଚନ ବେଳେ ସେଇମାନେ ବିଜେଡି ପାଇଁ ଟଙ୍କା ବାଣ୍ଟୁ ଥିଲେ । ଯଦି ବର୍ତ୍ତମାନ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+