ବିଧାନସଭା ଶୀତ ଅଧିବେଶନ ପାଇଁ ୨୯ରେ ସର୍ବଦଳୀୟ ବୈଠକ ଡକାଇଲେ ବାଚସ୍ପତି
ଚଳିତ ବର୍ଷ ଶୀତକାଳୀନ ଅଧିବେଶନ ଡେସେମ୍ୱର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡକାଇଛନ୍ତି । ନଭେମ୍ୱର ୨୯ ତାରଖ ଦିନ ୧୧ଟା ସମୟରେ ଏହି ବୈଠକ ବସିବା ନେଇ ଜଣାପଡ଼ିଛି ।
ଭୁବନେଶ୍ୱର: ଚଳିତ ବର୍ଷ ଶୀତକାଳୀନ ଅଧିବେଶନ ଡେସେମ୍ୱର ମାସ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡକାଇଛନ୍ତି । ନଭେମ୍ୱର ୨୯ ତାରଖ ଦିନ ୧୧ଟା ସମୟରେ ଏହି ବୈଠକ ବସିବା ନେଇ ଜଣାପଡ଼ିଛି ।

ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ୟନ୍ତ ଚାଲିବ ଶୀତକାଳୀନ ଅଧିବେଶନ । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି ଅର୍ଥାତ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି । ଏନେଇ ଆଜି ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।
ତେବେ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ ହେବ। ଡିସେମ୍ବର ୧୦ ତାରିଖରେ ଅତିରିକ୍ତ ବଜେଟକୁ ଗୃହୀତ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ଆସିବ। ଡିସେମ୍ବର ୧୧ରୁ ଡିସେମ୍ବର ୩୧ ଯାଏ ଗୃହର ଅଧିବେଶନରେ କି କାର୍ଯ୍ୟକ୍ରମ ହେବ, ତାହା ସ୍ଥିରକୃତ ହୋଇନାହିଁ। କେବଳ ଅଫିସିଆଲ ବିଜନେସ୍ ଓ ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ଭାବେ ଉଲ୍ଲେଖ ରହିଛି।












Click it and Unblock the Notifications