ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ; ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ । ଅଭିଭାଷଣ ଦେଉଛନ୍ତି ରାଜ୍ୟପାଳ ରଘୁବର ଦାସ । ମୋର ସରକାର ନିରପେକ୍ଷତାର ସହ କାମ କରିବ ବୋଲି ସେ କହିଛନ୍ତି ।
ଯୁବକଙ୍କୁ ରୋଜଗାର ମୋ ସରକାରର ପ୍ରାଥମିକତା ବୋଲି ସେ କହିଛନ୍ତି । ଯେଉଁ ପ୍ରତିଶ୍ରୁତି ଦିଆଯାଇଛି, ତାହା ପୂରଣ କରାଯିବ । ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି । ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ ବୋଲି ସେ କହିଛନ୍ତି ।

କୃଷକଙ୍କ ଉନ୍ନତି ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିବୁ । କୃଷକଙ୍କୁ ସଶକ୍ତ କରିବା ପାଇଁ ପିଏମ୍ କିଷାନ ଲାଗୁ କରିବୁ । ମତ୍ସ୍ୟଚାଷ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ମୋ ସରକାର ଏକ ବିକଶିତ ଓଡ଼ିଶା ଗଠନ କରିବାକୁ ଚାହୁଁଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ କରିବା ଆମ ଲକ୍ଷ୍ୟ। କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କୁ ଗୁରୁତ୍ବ ଦିଆଯିବ। ପ୍ରଯୁକ୍ତି ବିଦ୍ୟା ଜରିଆରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି ।
୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ ହୋଇଛି। ଏହି ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି। ଅନ୍ୟପକ୍ଷେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ପ୍ରଥମେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ ନାରା ଶୁଣିବାକୁ ମିଳିଥିଲା। ପରେ ଓଡ଼ିଆ ଅସ୍ମିତା କଥା ଉଠାଇ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଛିଡା ହେଇ ପ୍ରତିବାଦ କରିଥିଲେ। ଏହା ସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପ୍ରତିବାଦ କରିଥିଲେ । ଶେଷରେ ରାଜ୍ୟପାଳଙ୍କ ଅଭିଭାଷଣ ଚାଲିଥିବା ସମୟରେ ବିରୋଧୀ କକ୍ଷତ୍ୟାଗ କରିଥିଲେ । ଏହି ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ।












Click it and Unblock the Notifications