ବିଧାନସଭାରେ ବିରୋଧୀ ସଦସ୍ୟଙ୍କ ପ୍ରବଳ ହୋହଲ୍ଲା; ଦିନ ୧ଟା ପର୍ଯ୍ୟନ୍ତ ଗୃହ ମୁଲତବି କଲେ ବାଚସ୍ପତି

ବିଧାନସଭାରେ ବିରୋଧୀ ସଦସ୍ୟଙ୍କ ପ୍ରବଳ ହୋହଲ୍ଲା । ଦିନ ୧ଟା ପର୍ଯ୍ୟନ୍ତ ଗୃହ ମୁଲତବି କଲେ ବାଚସ୍ପତି । ଗୋଟିଏ ଦିନର ବିରତି ପରେ ସୋମବାର ଦିନ ଆରମ୍ଭ ହୋଇଥିବା ବିଧାନସଭା କାର୍ଯ୍ୟକାଳ । ସୁଭଦ୍ରା ଯୋଜନା, ଚିକିଟି ମଦ ମୃତ୍ୟୁ ସହ ବିଭିନ୍ନ ପ୍ରସଙ୍ଗ ନେଇ ବିଧାନସଭାର ପ୍ରଶ୍ନକାଳ ସମୟରେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ ବିରୋଧୀ ।

odisha assembly session

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି । ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ କଂଗ୍ରେସ ବିଧାୟକମାନେ ମଧ୍ୟ ବିଜେଡି ସଦସ୍ୟମାନଙ୍କ ସହ ନାରାବାଜୀ ଦେଇଥିଲେ । ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ବାଧ୍ୟହୋଇ ଦିନ ୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ । ବିଧାନସଭା ଅଧିବେଶନର ଏକାଦଶ ଦିନ । ଗୃହ, ସ୍ବାସ୍ଥ୍ୟ, ଅର୍ଥ, ଆଇଟି, ସଂସଦୀୟ ବ୍ୟାପାକ ବିଭାଗର ପ୍ରଶ୍ନକାଳ ।

ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+