ସୁଭଦ୍ରା ଯୋଜନାକୁ ନେଇ ଗୃହରେ ବିଜେଡି ସଦସ୍ୟଙ୍କ ହଟ୍ଟଗୋଳ: ୧୧ଟା ୩୦ ଯାଏ ମୁଲତବି

ସୁଭଦ୍ରା ଯୋଜନାକୁ ନେଇ ଗୃହରେ ବିଜେଡି ସଦସ୍ୟଙ୍କ ହଟ୍ଟଗୋଳ । ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନଥିବା ଅଭିଯୋଗରେ ହୋହଲ୍ଲା । ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ସୁଭଦ୍ରାରେ ସବୁ ମହିଳାଙ୍କୁ ସାମିଲ୍ ଦାବିରେ ହୋହଲ୍ଲା । ଗୃହକୁ ୧୧ଟା ୩୦ ଯାଏ ମୁଲତବି କଲେ ବାଚସ୍ପତି ।

odisha assembly session 2024

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି । ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ କଂଗ୍ରେସ ବିଧାୟକମାନେ ମଧ୍ୟ ବିଜେଡି ସଦସ୍ୟମାନଙ୍କ ସହ ନାରାବାଜୀ ଦେଇଥିଲେ । ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ । ବିଧାନସଭା ଅଧିବେଶନର ଏକାଦଶ ଦିନ । ଗୃହ, ସ୍ବାସ୍ଥ୍ୟ, ଅର୍ଥ, ଆଇଟି, ସଂସଦୀୟ ବ୍ୟାପାକ ବିଭାଗର ପ୍ରଶ୍ନକାଳ ।

ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+