ଓଡ଼ିଶା ବିଧାନସଭା: ଚିକିଟି ମଦମୃତ୍ୟୁ ମାମଲାରେ ଗୃହରେ ଉତ୍ତର ରଖିଲେ ପୃଥ୍ବୀରାଜ ହରିଚନ୍ଦନ

ଚିକିଟି ମଦମୃତ୍ୟୁ ମାମଲାରେ ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି । ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ ହୋଇଛି । ୬ ଜଣଙ୍କୁ ଗିରଫ କରାଯାଇଛି, ୨ ଜଣ ଅଟକ ଅଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ୩ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ସେ କହିଛନ୍ତି । ମଦ ସାମ୍ପଲ ଓ ମୃତକଙ୍କ ଭିସେରା ଫୋରେନସିକ୍ ଲ୍ୟାବକୁ ପଠାଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ ପୃଥ୍ବୀରାଜ।

Prithviraj Harichandan

ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଆଜି ମଧ୍ୟ ଆରମ୍ଭରୁ ବିଧାନସଭା ସରଗରମ ହୋଇପଡ଼ିଛି। ମଦମୃତ୍ୟୁକୁ ନେଇ ବିଧାନସଭାରେ ବିଜେଡି ଓ କଂଗ୍ରେସ ସଦସ୍ୟ ପ୍ରବଳ ହଟଗୋଳ କରିଛନ୍ତି। ଏମିତି କି ବିରୋଧୀମାନେ ବାଚସ୍ପତି ସୁରମା ପାଢ଼ୀଙ୍କ ପୋଡିୟମ ତଳେ ନାରାବାଜି ଦେଇଛନ୍ତି। ପରେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ବିଜେଡିର ନେତାମାନେ ଚଢ଼ିଯାଇଥିଲେ। ବିଜେଡି ବିଧାୟକ ମାଧବ ଧଡ଼ା, ଯୋଗେଶ ସିଂ, ବିଶ୍ୱ ମଲ୍ଲିକ ଓ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ଚଢ଼ିଯାଇଥିଲେ।

ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ମଧ୍ୟ ଗୃହରେ ତୁମୁଳକାଣ୍ଡ ଓ ଅରାଜକତା ଦେଖିବାକୁ ମିଳିଥିଲା। ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିଜେଡି ସଦସ୍ୟ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା କରିଥିଲେ। ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡିୟମ ଉପରେ ଚିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ। ଅନ୍ୟପକ୍ଷେ ବାଚସ୍ପତିଙ୍କ ସିଟ ପାଖକୁ ଯିବାକୁ ମଧ୍ୟ ବିଜେଡି ବିଧାୟକ ଉଦ୍ୟମ କରିଥିଲେ।

ଚିକିଟି ମଦ ମୃତ୍ୟୁ ଘଟଣାରେ ବୁଧବାର ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+