ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା

ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ତାଳଗଛ ଲଗାଇବାରେ ସମସ୍ତ ବିଧାୟକ ସଚେତନତା ସହ ସହଯୋଗ କରନ୍ତୁ ବୋଲି ମନ୍ତ୍ରୀ ଆଜି ନିବେଦନ କରିଛନ୍ତି ।

ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି । ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ଟଙ୍କା ରଖାଯାଇଛି। ବଜ୍ରପାତ ଜନିତ ମୃତ୍ୟୁ ପ୍ରବାସୀ ଓଡ଼ିଆଙ୍କୁ କ୍ଷତିପୂରଣ ପାଇଁ ବିଚାର ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

odisha assembly session 2024

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ । ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉତ୍ତର।
ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଛି। ୟୁପି ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ।

୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗିରରେ ୫୫ ଜଣଙ୍କ ମୃତ୍ୟୁ ହୋଇଛି। ଗବେଷଣା କହୁଛି ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ର ସୁପରିବାହୀ (ଗୁଡ୍ କଣ୍ଡକ୍ଟର)'।
ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+