ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଗୃହ ସାଢ଼େ ୧୧ଟା ଯାଏଁ ମୁଲତବି ଘୋଷଣା

ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ । ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡିର ହୋହଲ୍ଲା । ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସର ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡିୟମ୍ ନିକଟକୁ ଆସି ହୋହଲ୍ଲା । ଗୃହକୁ ସାଢ଼େ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

odisha assembly session 2024

ସେପ୍ଟେମ୍ବର ୧୦ରେ ୨୦୨୪-୨୫ ମସିହା ପାଇଁ ବଜେଟ୍ ଉପରେ ବିନିଯୋଗ ବିଲ୍ ଆସିବ। ସେପ୍ଟେମ୍ବର ୧୨ ଓ ୧୩ରେ ବେସରକାରୀ ସଭ୍ୟଙ୍କ କାର୍ଯ୍ୟଦିବସ ରହିଛି । ଅପରପକ୍ଷେ ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ବାରମ୍ବାର ଗୃହ ତ୍ୟାଗ କରିଥିବାବେଳେ କେବଳ ଶାସକ ଦଳ ସଭ୍ୟଙ୍କୁ ନେଇ ଗୃହ ଚାଲିଥିଲା। ତେଣୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନରେ ବିରୋଧୀ ସେହି ପୁରୁଣା ଦାବିକୁ ପୁଣି ଉଠାଉଛନ୍ତି ନା ଗୃହ କାର୍ଯ୍ୟ ସ୍ବାଭାବିକ ହେବାରେ ସହଯୋଗ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ଅଛି ।

ଉଲ୍ଲେଖଯୋଗ୍ୟ, ବିଧାନସଭାରେ ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ତା'ପୂର୍ବରୁ ଅଗଷ୍ଟ ୨୧ତାରିଖରେ ଅନୁସୂଚିତ ଜାତି,ଜନଜାତି ଓ ପଛୁଆବର୍ଗ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨୨ରେ ରାଜସ୍ୱ ଓ ବିପର୍ଯ୍ୟୟ, ୨୩ରେ ଖାଦ୍ୟଯୋଗାଣ ସ ଖାଉଟି କଲ୍ୟାଣ,ସମବାୟ ବିଭାଗ, ୨୭ରେ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ, ୨୮ରେ ଜଳସମ୍ପଦ, ୨୯ରେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ୩୦ରେ ଶିଳ୍ପ ଓ ଏମଏସଏମଇ ବିଭାଗ, ୩୧ରେ ଗୃହ, ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ଉପରେ ଗୃହରେ ଆଲୋଚନା ହେବା ପାଇଁ କାର୍ଯ୍ୟ ପରାମର୍ଶଦାତା କମିଟିରେ ନିଷ୍ପତ୍ତି ନିଆଯାଇଛି ।

ସେହିପରି ସେପ୍ଟେମ୍ବର ୨ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ୩ରେ ଇସ୍ପାତ ଓ ଖଣି, ୪ରେ ପଂଚାୟତିରାଜ, ୫ରେ କୃଷି ଓ କୃଷକ କଳ୍ୟାଣ, ୬ରେ ଗୃହନିର୍ମାଣ ଓ ନଗର ଉନ୍ନୟନ ଓ ୯ରେ ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ ବିଭାଗର ବଜେଟ୍ ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+