Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ; କେମତି ରହିବ କାଲିର ଗୃହକାର୍ଯ୍ୟ ?

ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ । ଆଜି ସର୍ବଦଳୀୟ ବୈଠକ ଡାକି ବାଚସ୍ପତି ଗୃହ ସୁପରିଚାଳନା ପାଇଁ ସହଯୋଗ ଲୋଡ଼ିଥିବାବେଳେ ଉଭୟ ଶାସକ ଓ ବିରୋଧୀ ଭିନ୍ନ ଭିନ୍ନ ଭାବେ ବୈଠକ କରି ନିଜର ରଣନୀତି ଚୂଡ଼ାନ୍ତ କରିଛନ୍ତି ।

ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ । ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଜିଏସଟି(ଦ୍ୱିତୀୟ ସଂଶୋଧନ) ଅଧ୍ୟାଦେଶ-୨୦୨୪କୁ ଗୃହରେ ଉପସ୍ଥାପନ କରିବେ। ଦ୍ୱିତୀୟାର୍ଦ୍ଧରେ ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଗତ କରିବାର କାର୍ଯ୍ୟକ୍ରମ ରହିଛି ।

disha assembly session 2024

ବିଧାନସଭାର ଶୀତ ଅଧିବେଶନର ସୁପରିଚାଳନା ନିମନ୍ତେ ବାଚସ୍ପତି ସୁରମା ପାଢ଼ୀ ଆଜି ସର୍ବଦଳୀୟ ବୈଠକ ଡାକିଥିଲେ । ଆଜିର ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିଲେ। ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ, ବିଧାନସଭାର ଶୀତ ଅଧିବେଶନରେ ଗୃହ ସୁପରିଚାଳନା ନିମନ୍ତେ ଆଜି ଆଲୋଚନା ହୋଇଛି। ସବୁ ଦଳର ନେତାମାନେ ସହଯୋଗ ଦେବେ ବୋଲି କହିଛନ୍ତି। ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୩୦ଟି କାର୍ଯ୍ୟଦିବସ ରହିଥିବା ବେଳେ ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ।

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପିଙ୍କ ସହ ବରିଷ୍ଠ ପୁଲିସ ଅଧିକାରୀ। ବିଧାନସଭା ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୁଲିସ ଛାଉଣୀ ହେବ। ଏଥିପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିସ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ଲୋୟର ପିଏମଜିରେ ଏଥର ଧାରଣା ପାଇଁ ଅନୁମତି ମିଳିବ ନାହିଁ। ତଥାପି ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ବ୍ୟବସ୍ଥା ହେବ। ସୁରକ୍ଷାକୁ ଅଧିକ କଡାକଡି କରିବା ପାଇଁ ଅସ୍ଥାୟୀ କଣ୍ଟ୍ରୋଲ ରୁମ ବ୍ୟବସ୍ଥା କରାଯାଇଛି । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ ଟଫ ପୋଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+