Odisha Assembly Session 2025: ୨୦୨୪ରେ ୨୧୬୦ ମାଦକ ଦ୍ରବ୍ୟ ମାମଲାରେ ୨୨୭୬ ଜଣ ଗିରଫ
୨୦୨୪ରେ ୨୧୬୦ ମାଦକ ଦ୍ରବ୍ୟ ମାମଲାରେ ୨୨୭୬ ଜଣ ଗିରଫ । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ କିଲୋ ବ୍ରାଉନ ସୁଗାର ଓ ୧୪୫୨ କୁଇଣ୍ଟାଲ ଗଞ୍ଜେଇ ଜବତ । ୨୪,୭୯୦ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି।
୫୯୧ଟି ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ।

ଆର୍ଥିକ ବର୍ଷ ୨୦୨୫-୨୬ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ରାଜ୍ୟର ୩୨ଟି ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ICU ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ICU ନିମାଣାଧୀନ ରହିଛି। ଏପ୍ରିଲରୁ କୋରାପୁଟ ଜିଲା ମୁଖ୍ୟ ହସ୍ପିଟାଲରେ ICU କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ'ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।
୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି ବୋଲି ଆଲୋଚନା ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି।
ଭାଜପାର ର୍ନିବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।












Click it and Unblock the Notifications