ଗୃହରେ ଅଚଳାବସ୍ଥା ଜାରି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଗଲେ ବିଜେଡି ବିଧାୟକ
ଗୃହରେ ଅଚଳ ଅବସ୍ଥା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନକୁ ଯାଇଛନ୍ତି ବିଜେଡି ବିଧାୟକ । ସେପଟେ ଗୃହରେ ପୁନଶ୍ଚ ହଟ୍ଟଗୋଳ ଯୋଗୁଁ ଅପରାହ୍ନ 4ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଛନ୍ତି ବାଚସ୍ପତି ।
ଭୁବନେଶ୍ୱର: ଲଗାତର ୫ ଦିନ ଅଚଳ ପରେ ଆଜି ବି ଚାଲିପାରିଲାନି ଗୃହକାର୍ଯ୍ୟ । ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗିବା ଦାବିରେ ଶାସକ-ବିରୋଧୀ ମୁହାଁମୁହିଁ । ଏପଟେ ଗୃହରେ ଅଚଳ ଅବସ୍ଥା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଲୋକସେବା ଭବନକୁ ଯାଇଛନ୍ତି ବିଜେଡି ବିଧାୟକ । ସେପଟେ ଗୃହରେ ପୁନଶ୍ଚ ହଟ୍ଟଗୋଳ ଯୋଗୁଁ ଅପରାହ୍ନ 4ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଛନ୍ତି ବାଚସ୍ପତି ।

ଅନ୍ୟପଟେ ସମସ୍ତ ମନ୍ତ୍ରୀ ଓ ବିଜେଡି ବିଧାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ଲୋକସେବା ଭବନ ଅଭିମୁଖେ ଯାଇଛନ୍ତି । ସେଠାରେ ସେମାନେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ଗୃହ ଚାଲି ପାରୁ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି, ବିଧାନସଭା ସମସ୍ତଙ୍କର । 'ଦୀର୍ଘଦିନ ଧରି ଗୃହ ଅଚଳ ଯୋଗୁଁ କାହାର ଲାଭ ହେଉନି । ଗୃହ ଚାଲିବା ନେଇ ସହମତି ବାହାରିବା ଦରକାର । ପବିତ୍ର ଗୃହର ମର୍ଯ୍ୟାଦା ରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ' । ଗୃହରେ ଜଣେ ବିଧାୟକ ଆତ୍ମହତ୍ୟା କରିବା ଭୁଲ ନୁହେଁ ତ ଆଉ କ'ଣ ବୋଲି ସୌମ୍ୟ ପ୍ରଶ୍ନ କରିଛନ୍ତି ।

ଅନ୍ୟପଟେ କଂଗ୍ରେସ ବିଧାୟକମାନେ ଗାନ୍ଧି ପ୍ରତିମୂର୍ତ୍ତି ପାଖରେ ଧାରଣା ଦେଇଛନ୍ତି । ସେମାନେ ସର୍ବଦଳୀୟ ବୈଠକ ଦାବି କରିଛନ୍ତି ।












Click it and Unblock the Notifications