ଆସନ୍ତାକାଲି ବିଧାନସଭାର ଶୀତକାଳୀନ ଅଧିବେଶନ, ୩ ଥାକିଆ ସୁରକ୍ଷା ବଳ

ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୩୦ଟି କାର୍ଯ୍ୟଦିବସ ରହିଥିବା ବେଳେ ଅଧିବେଶନରେ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ।

odisha assembly session

ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ଡିଜିପିଙ୍କ ସହ ବରିଷ୍ଠ ପୁଲିସ ଅଧିକାରୀ। ବିଧାନସଭା ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳ ପୁଲିସ ଛାଉଣୀ ହେବ। ଏଥିପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ। ଏସଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିସ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ ସ୍କ୍ୱାଡ, ଅଗ୍ନିଶମ ବିଭାଗ ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ। ଲୋୟର ପିଏମଜିରେ ଏଥର ଧାରଣା ପାଇଁ ଅନୁମତି ମିଳିବ ନାହିଁ। ତଥାପି ମଧ୍ୟ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲୋୟର ପିଏମଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ବ୍ୟବସ୍ଥା ହେବ। ସୁରକ୍ଷାକୁ ଅଧିକ କଡାକଡି କରିବା ପାଇଁ ଅସ୍ଥାୟୀ କଣ୍ଟ୍ରୋଲ ରୁମ ବ୍ୟବସ୍ଥା କରାଯାଇଛି । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ ଟଫ ପୋଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+