Odisha Assembly: ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପରେ ଆସନ୍ତାକାଲି ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି

ଆସନ୍ତାକାଲି ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି।

Odisha Assembly

ପ୍ରଥମ ଦିନରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭାର ସଦସ୍ୟ ଥିବା ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ତେବେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବା ପରେ ବିରୋଦୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ । ଜାଣିରଖିବା ଉଚିତ ଯେ, ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+