Odisha Assembly: ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ
ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି।
ବିଜେଡି ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଏହି ଲିଖିତ ଉତ୍ତର ରଖିଛନ୍ତି।
୨୦୨୪ ଜୁନ୍ ମାସରୁ ଅକ୍ଟୋବର ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଦୁର୍ନୀତିଖୋରଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀ ଗୃହରେ କହିଛନ୍ତି। ରୁଜୁ ହୋଇଥିବା ମାମଲା ମଧ୍ୟରେ ରାଜସ୍ୱ ବିଭାଗରେ ସର୍ବାଧିକ ୨୦ ଅଧିକାରୀ ଅଛନ୍ତି। ସେହିପରି ପଞ୍ଚାୟତିରାଜ ବିଭାଗର ୧୮ ଜଣ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ଇଣ୍ଟେରନେଟ ସମସ୍ୟା ଦୂର ପାଇଁ ଟାସ୍କ ଫୋର୍ସ
ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ ବୋଲି ଗୃହରେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଉତ୍ତର ରଖିଛନ୍ତି । ପାହାଡ଼ିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନାହିଁ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ତଥ୍ୟକୁ ସଠିକ କହିଲେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି । ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ।
2025 ମାର୍ଚ୍ଚ ସୁଦ୍ଧା ନେଟୱର୍କ ଅପହଞ୍ଚ ଗାଁକୁ ସେବା ପହଞ୍ଚାଇବା ସରକାର ଲକ୍ଷ୍ୟ ରଖିଛନ୍ତି । ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କ ଗୃହରେ ସୂଚନା ।
ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡ଼ିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ ବୋଲି ଗୃହରେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଉତ୍ତର ରଖିଛନ୍ତି ।
ପାହାଡିଆ ଅଞ୍ଚଳରେ ଟାୱାର କନେକଟିଭିଟି ହୋଇପାରିନାହିଁ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କଡ଼ମଙ୍କ ତଥ୍ଯକୁ ସଠିକ କହିଲେ ଆଈଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ମୋହନ ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି । ଖୁବ୍ ଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ।
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications