ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ, ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ । ଏହା ହେଉଛି ବିଧାନସଭାର ଷୋଡ଼ଶ ଅଷ୍ଟମ (ଶୀତକାଳୀନ) ଅଧିବେଶନ । ଭିଡିଓ କନ୍ଫରେନ୍ସିଂ ଜରିଆରେ ବାସଭବନରୁ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ । ଏହା ହେଉଛି ବିଧାନସଭାର ଷୋଡ଼ଶ ଅଷ୍ଟମ (ଶୀତକାଳୀନ) ଅଧିବେଶନ । ଭିଡିଓ କନ୍ଫରେନ୍ସିଂ ଜରିଆରେ ବାସଭବନରୁ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଦିବଂଗତ ସଦସ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ।

ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ସମେତ ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ପାଇଁ ଶୋକ ପ୍ରସ୍ତାବ । ପୂର୍ବତନ ସିପାହୀ ସୀତାରାମ ମୁର୍ମୁଙ୍କ ପାଇଁ ଶୋକ ପ୍ରସ୍ତାବ । କରୋନା ଯୋଦ୍ଧାଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ । ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ ।
ଗୃହରେ ଆଜି ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ରାଜ୍ୟ ସରକାର । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ । ୨୧-୨୨ ଆର୍ଥିକ ବର୍ଷ ପାଇଁ ୧୯ ହଜାର ୩୮୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଚିଠା ଆଗତ ହେବ । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଅତିରିକ୍ତ ବଜେଟର ପରିମାଣ ବଢାଯାଇଛି । ବିଶେଷ କରି ପାନୀୟ ଜଳ ଯୋଗାଣ, ପଞ୍ଚାୟତିରାଜ, ରାସ୍ତା ବାବଦକୁ ଅଧିକ ବ୍ୟୟ ବରାଦ କରାଯାଇଥିବା ସୂଚନା ମିଳିଛି । ଆଗକୁ ପୌର ଓ ପଂଚାୟତ ନିର୍ବାଚନ ଥିବାରୁ ସରକାର କାମଚଳା ବଜେଟର ପରିମାଣ ବଢାଇଥିବା ଅନୁମାନ କରାଯାଉଛି ।












Click it and Unblock the Notifications