ଆସନ୍ତାକାଲି ୧୦ଟା ୩୦ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ
ଆସନ୍ତାକାଲି ୧୦ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମକେଶରୀ ଆରୁଖ ।
ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନରେ ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ଯୋଗୁ ଗୃହକାର୍ଯ୍ୟ ଚାଲି ପାରି ନଥିଲା । ଶିକ୍ଷକ ପ୍ରସଙ୍ଗରେ ବାଚସ୍ପତିଙ୍କ ପୋଡିୟମ ଆଗରେ କଂଗ୍ରେସ ବିଧାୟକ ହଟ୍ଟଗୋଳ କରିଥିଲେ । ଫଳରେ ଆସନ୍ତାକାଲି ୧୦ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ବିକ୍ରମକେଶରୀ ଆରୁଖ ।

କହିରଖୁ କି, ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି । ଆନ୍ଦୋଳନ ଯୋଗୁଁ ପ୍ରାଥମିକ ସ୍କୁଲଗୁଡିକରେ ପାଠପଢା ପ୍ରଭାବିତ ହୋଇଛି । ଶୀତ କାକରକୁ ଖାତିର ନକରି ପ୍ରାଥମିକ ଶିକ୍ଷକ ଲୋୟର ପିଏମଜିରେ ଅହୋରାତ୍ର ଧାରଣା ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଓ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଆଲୋଚନା ବି ବିଫଳ ହୋଇଛି । ମଙ୍ଗଳବାରଦିନ ଧାରଣାସ୍ଥଳକୁ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଓ ତାରାପ୍ରସାଦ ବାହିନୀପତି ଆସିି ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି ।












Click it and Unblock the Notifications