ଦ୍ୱିତୀୟ ଦିନ ଚାଲି ପାରିଲାନି ବିଧାନସଭା: ୧୨ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
ଭୁବନେଶ୍ୱର: ଚାଲିପାରିଲା ନାହିଁ ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନ । ଜମି ଅଧିଗ୍ରହଣ ପ୍ରସଙ୍ଗକୁ ନେଇ ହୋହାଲ୍ଲା । ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ପରେ ୧୨ ଯାଏଁ ଗୃହକୁ ମୁଲତବି କଲେ ବାଚସ୍ପତି ।

ସୂଚନାଥାଉ ଯେ, ଗତକାଲିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିନ 12 ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଗତକାଲି ଶୋକପ୍ରସ୍ତାବ ପରେ ମୁଲତବୀ ରହିଛି ଗୃହକାର୍ଯ୍ୟ । ଡିସେମ୍ବର 30ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ମୋଟ୍ 30 ଟି କାର୍ଯ୍ୟଦିବସ ରହିଛି । ଆଗାମୀ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ ।
ତେବେ ଶୀତକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି ।












Click it and Unblock the Notifications