For Quick Alerts
Turn On Notification  
For Daily Alerts
Oneindia App Download

ବିଧାନସଭା ଶୀତ ଅଧିବେଶନ: ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସନ୍ଧ୍ୟା ୫ଟା ଯାଏଁ ଗୃହ ମୁଲତବୀ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

|

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରସ୍ତାବ ଆଗତ କରିବା ପରେ ଏହି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।

Odisha Assembly

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବ ମନ୍ତ୍ରୀ ଗୋଲକ ବିହାରୀ ନାୟକ, ସ୍ୱର୍ଗତ କପିଳ ତିୱାରୀ, ଗୋପନାରାୟଣ ଦାସ ଏବଂ ପୂର୍ବତନ ସଦସ୍ୟ ସ୍ୱର୍ଗତଃ ଆଦିକନ୍ଦ ସେଠୀଙ୍କ ଉଦ୍ଦେଶ୍ୟରେ ଏହି ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ଯାହାକୁ ବିରୋଧୀ ଦଳ ସମର୍ଥନ ଜଣାଇଥିଲେ । ଗୃହରେ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ଗୃହକୁ ମୁଲତବୀ ରଖାଯାଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଛି ।

ଉଲ୍ଲେଖଥାଉ କି, ଚଳିତ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।

ତେବେ ଏହି ଅଧିବେସନରେ କୋଭିଡ କଟକଣା ମଧ୍ୟ ହଟାଇ ଦିଆଯାଇଛି । କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ସ୍ଥିର କରିଛି। ଚାଷ ଓ ଚାଷୀ ପ୍ରସଙ୍ଗକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି ଦଳ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Assembly Winter Session: House Adjourned Till 5 pm
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X