ବିଧାନସଭା ଶୀତ ଅଧିବେଶନ: ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସନ୍ଧ୍ୟା ୫ଟା ଯାଏଁ ଗୃହ ମୁଲତବୀ
ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରସ୍ତାବ ଆଗତ କରିବା ପରେ ଏହି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହା, ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀ, ପୂର୍ବ ମନ୍ତ୍ରୀ ଗୋଲକ ବିହାରୀ ନାୟକ, ସ୍ୱର୍ଗତ କପିଳ ତିୱାରୀ, ଗୋପନାରାୟଣ ଦାସ ଏବଂ ପୂର୍ବତନ ସଦସ୍ୟ ସ୍ୱର୍ଗତଃ ଆଦିକନ୍ଦ ସେଠୀଙ୍କ ଉଦ୍ଦେଶ୍ୟରେ ଏହି ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ଯାହାକୁ ବିରୋଧୀ ଦଳ ସମର୍ଥନ ଜଣାଇଥିଲେ । ଗୃହରେ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ଗୃହକୁ ମୁଲତବୀ ରଖାଯାଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରହିଛି ।
ଉଲ୍ଲେଖଥାଉ କି, ଚଳିତ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।
ତେବେ ଏହି ଅଧିବେସନରେ କୋଭିଡ କଟକଣା ମଧ୍ୟ ହଟାଇ ଦିଆଯାଇଛି । କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ସ୍ଥିର କରିଛି। ଚାଷ ଓ ଚାଷୀ ପ୍ରସଙ୍ଗକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି ଦଳ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ










Click it and Unblock the Notifications