For Quick Alerts
Turn On Notification  
For Daily Alerts
Oneindia App Download

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ: ଅପରାହ୍ଣରେ ଆସିବ ଅତିରିକ୍ତ ବଜେଟ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ ।

|

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।

Odisha Assembly Winter Session

ତେବେ ଏହି ଅଧିବେସନରେ କୋଭିଡ କଟକଣା ମଧ୍ୟ ହଟାଇ ଦିଆଯାଇଛି । କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ସ୍ଥିର କରିଛି। ଚାଷ ଓ ଚାଷୀ ପ୍ରସଙ୍ଗକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି ଦଳ। ଫସଲ ବୀମାରୁ ଚାଷୀ ବଞ୍ଚିତ ହେବା, ମଣ୍ତି ଅବ୍ୟବସ୍ଥା, କଟନି ଓ ଛଟନି ପ୍ରସଙ୍ଗରେ ସରକାରଙ୍କ ଜବାବ ତଲବ କରିବ ବିଜେପି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Assembly Winter Session Started
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X