Get Updates
Get notified of breaking news, exclusive insights, and must-see stories!

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ: ଅପରାହ୍ଣରେ ଆସିବ ଅତିରିକ୍ତ ବଜେଟ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ ।

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ । ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ । ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ ।

Odisha Assembly Winter Session

ତେବେ ଏହି ଅଧିବେସନରେ କୋଭିଡ କଟକଣା ମଧ୍ୟ ହଟାଇ ଦିଆଯାଇଛି । କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଶୀତ ଅଧିବେଶନ ପୂର୍ବରୁ ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ସ୍ଥିର କରିଛି। ଚାଷ ଓ ଚାଷୀ ପ୍ରସଙ୍ଗକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି ଦଳ। ଫସଲ ବୀମାରୁ ଚାଷୀ ବଞ୍ଚିତ ହେବା, ମଣ୍ତି ଅବ୍ୟବସ୍ଥା, କଟନି ଓ ଛଟନି ପ୍ରସଙ୍ଗରେ ସରକାରଙ୍କ ଜବାବ ତଲବ କରିବ ବିଜେପି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+