ଆଉ ୩ ସହରରେ ନିର୍ମାଣ ହେଁ ଓଡ଼ିଶା ଭବନ, ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି।

mohan majhi

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡ଼ିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡ଼ଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ। ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସମୁଦାୟ ୪,୭୬୧ ବର୍ଗ ମିଟର ପରିମିତ ଅଞ୍ଚଳରେ ଏହି G+୬ ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍‌ ଉପଲବ୍ଧ ହେବ। ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।

ସେହିପରି ମୁମ୍ବାଇକୁ ଯେହେତୁ ଓଡ଼ିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡ଼ିଶା ଭବନରେ ଅଧିକ କୋଠରି ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡ଼ିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡ଼ିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକାତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ ମିଶ୍ର ଓ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+