ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ

ବିପଦପୂର୍ଣ୍ଣ ଘୋଷଣା ପରେ ଭଙ୍ଗାହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ । ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭଙ୍ଗାଯିବ । ଯାଞ୍ଚ ପରେ ଓଡ଼ିଶା ଭବନ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା ।

Odisha Bhawan

ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହାକୁ ରାଜ୍ୟ ସରକାର ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓ ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା । ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା ।

ପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ଦର୍ଶାଯାଇଥିଲା କି, ମରାମତି ପରେ ମଧ୍ୟ ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+