Get Updates
Get notified of breaking news, exclusive insights, and must-see stories!

ପଦଯାତ୍ରା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ: ଭିସି ଯୋଗେ ଗୁରୁମନ୍ତ୍ର ଦେଲେ ନବୀନ

ଜନସମ୍ପର୍କ ପଦଯାତ୍ରା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ । ବରମୁଣ୍ଡା ପଡ଼ିଆରେ ଆୟୋଜିତ ହୋଇତିବା ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେ

ଭୁବନେଶ୍ୱର: ଜନସମ୍ପର୍କ ପଦଯାତ୍ରା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ । ବରମୁଣ୍ଡା ପଡ଼ିଆରେ ଆୟୋଜିତ ହୋଇତିବା ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେଇଛନ୍ତି । ସରକାରଙ୍କ ଯୋଜନା ଓ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆହ୍ୱାନ ଦେଇଛନ୍ତି ବିଜେଡି ସୁପ୍ରିମୋ ।

Jan Sampark Padyatra

ତେବେ କାର୍ଯ୍ୟକ୍ରମରେ ମନ୍ତ୍ରୀ ସାଂସଦ ବିଧାୟକ ମହିଳା ଯୁବ ଛାତ୍ର ଏକାଠି ହୋଇଛନ୍ତି । ପଦଯାତ୍ରାକୁ ସଫଳ କରିବାକୁ ଆଜିର ବୈଠକରେ ଯୋଜନା ତିଆରି କରାଯିବ। ବିଜେଡି ସବୁବେଳେ ଲୋକମାନଙ୍କ ପାଇଁ କାମ କରୁଛି ଓ ଲୋକଙ୍କ ସହିତ ଅଛି । ସରକାରଙ୍କ ବିକାଶ ଓ ଜଣକଲ୍ୟାଣକାରୀ ଯୋଜନାର ବାର୍ତ୍ତା ଯେପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ସେ ଦିଗରେ କାମ ଜାରି ରଖିବାକୁ ଆହ୍ୱାନ ଦେଇଛନ୍ତି ନବୀନ । ଚଳିତ ବର୍ଷ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରାଯାଉଛି। ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ମଧ୍ୟ ଗୁରୁତ୍ୱପୁର୍ଣ ଭୂମିକା ରହିଥିଲା। ପଦଯାତ୍ରା ସମୟରେ ଏ ଦିଗରେ ଗୁରୁତ୍ୱପୁର୍ଣ ଫୋକସ କରିବା ଦରକାର ବୋଲି ନବୀନ କହିଛନ୍ତି।

ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ କହିଛନ୍ତି, ରାଜ୍ୟର ବିକାଶ ପାଇଁ ନବୀନ ଦିନ ରାତି କାମ କରୁଛନ୍ତି । ଏହାପରେ ଅନ୍ୟ ନେତା ଉଦବୋଧନ ଦେଇଛନ୍ତି । ଆସନ୍ତା ୨ ତାରିଖରୁ ମାସେ ବ୍ୟାପୀ ପଦଯାତ୍ରା କରିବ ବିଜେଡି । ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି । 'ବିଜୁ ଜନତା ଦଳ-ଏକ ସାମୂହିକ ଆନ୍ଦୋଳନ' ସ୍ଳୋଗାନ ଦେଇ ଏହି ତାଲିମ ଶିବିର କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଏଥିରେ କେବଳ ରାଜ୍ୟ, ଜିଲ୍ଲା, ନଗର ଓ ବ୍ଲକର ପଦାଧିକାରୀ, ସାଂସଦ ଓ ବିଧାୟକଙ୍କୁ ଡକାଯାଇଛି । ଦିନ ତମାମ ପଦାଧିକାରୀଙ୍କୁ ବରିଷ୍ଠ ନେତାମାନେ ପ୍ରଶିକ୍ଷଣ ଦେବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+