Get Updates
Get notified of breaking news, exclusive insights, and must-see stories!

ଗାନ୍ଧୀ ଜୟନ୍ତୀରୁ ବିଜେଡିର ଜନସଂପର୍କ ପଦଯାତ୍ରା

ଆଗାମୀ ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହେବ। ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

ଭୁବନେଶ୍ୱର: ଆଗାମୀ ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହେବ। ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଅକ୍ଟୋବର ୨ରୁ ମାସେ ଧରି ଜିଲ୍ଲାରୁ ଓ୍ୱାର୍ଡସ୍ତରରେ ହେବ ପଦଯାତ୍ରା । ଗାନ୍ଧୀ ଜୟନ୍ତୀ ସହିତ ଶାସ୍ତ୍ରୀ ଜୟନ୍ତୀ, ଉତ୍କଳମଣୀ ଗୋପବନ୍ଧୁଙ୍କ ଜୟନ୍ତୀ ଓ ଜୟ ପ୍ରକାଶ ଜୟନ୍ତୀ ପାଳନ କରିବ ଦଳ । ସହରାଞ୍ଚଳ ସମେତ ପଞ୍ଚାୟତ ସ୍ତରରେ ଜନ ସମ୍ପର୍କ ପଦଯାତ୍ରା ହେବ । ପ୍ରତି ଓ୍ୱାର୍ଡ, ପଞ୍ଚାୟତ, ନଗର ଓ ନିର୍ବାଚନମଣ୍ଡଳୀରେ ପଦଯାତ୍ରା ଆୟୋଜନ କରାଯିବ । ୱାର୍ଡରେ କ୍ଷେତ୍ରସ୍ତରୀୟ ପର୍ଯ୍ୟବେକ୍ଷକ, ବ୍ଲକ ଏବଂ ନଗରାଞ୍ଚଳରେ ଜିଲ୍ଲା ପର୍ଯ୍ୟବେକ୍ଷକ, ନିର୍ବାଚନ ମଣ୍ଡଳୀରେ ବିଧାୟକ ଏବଂ ଜିଲ୍ଲା ସ୍ତରରେ ଜିଲ୍ଲା ସଭାପତି ଉପସ୍ଥିତ ରହି ପଦଯାତ୍ରାକୁ ସଫଳ କରିବେ ।

Jan Sampark Padyatra

ବରମୁଣ୍ଡା ପଡ଼ିଆରେ ବିଜେଡି ପକ୍ଷରୁ ଚଳିତ ମାସ ୨୯ ଓ ୩୦ ତାରିଖରେ ପ୍ରତିନିଧି ସମ୍ମିଳନୀ ଆୟୋଜିତ ହେବ। ୨୯ ତାରିଖରେ ଯୁବ, ଛାତ୍ର, ମହିଳା ମୋର୍ଚ୍ଚାର ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ସଂଗଠନର ପ୍ରତିନିଧିଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ୨ ହଜାରରୁ ଉର୍ଦ୍ଧ୍ୱ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୩୦ ତାରିଖରେ ବିଧାୟକ, ସାଂସଦ, ଜିଲ୍ଲା ସଭାପତି, ଜିଳ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନେ ଉପସ୍ଥିତ ରହିବେ।

ଦଳର ମହିଳା, ଯୁବ ଏବଂ ଛାତ୍ର, କୃଷକ, ସଂଖ୍ୟାଲଘୁ, ଶ୍ରମିକ, ଦଳିତ, ଜନଜାତି, ସମବାୟ, ଆଇନ ଶାଖା ତଥା ବିଜେଡିର ଅନ୍ୟାନ୍ୟ ପ୍ରମୁଖ ଦଳୀୟ ସଂଗଠନ ନିଜର ସମସ୍ତ କର୍ମକର୍ତ୍ତାଙ୍କ ସହିତ ବିଭିନ୍ନ ସ୍ତରରେ ଏହି ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେବେ । ଏହା ସହିତ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏବଂ ଦଳୀୟ କର୍ମୀ ଯେଭଳି ବହୁ ସଂଖ୍ୟାରେ ପ୍ରତ୍ୟେକ ସ୍ଥାନରେ ଯୋଗ ଦିଅନ୍ତି, ତାହା ସୁନିଶ୍ଚିତ କରିବେ ।

ପଦଯାତ୍ରା ଅବଧି ମଧ୍ୟରେ ପଡ଼ୁଥିବା ପ୍ରମୁଖ ପର୍ବପର୍ବାଣୀ ଦିନ ଜନ ସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରତ୍ୟେକ ସ୍ଥାନରେ ମହାତ୍ମା ଗାନ୍ଧୀ ଏବଂ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯିବା ସହିତ ସେ ଅଞ୍ଚଳର ପ୍ରମୁଖ ସ୍ଵାଧୀନତା ସଂଗ୍ରାମୀ ତଥା ବରପୁତ୍ରମାନଙ୍କର ଫଟୋଚ୍ଚିତ୍ର କିମ୍ବା ପ୍ରତିକୃତିରେ ଶ୍ରଦ୍ଧାଜଳି ଅର୍ପଣ କରାଯାଇ ଜନସଂପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ । ପଦଯାତ୍ରା ସମୟରେ ସଂପୃକ୍ତ ଅଞ୍ଚଳରେ ପ୍ରତି ଘରେ ବିଜୁ ଜନତା ଦଳ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଯିବ । ଏହା ସହିତ ରକ୍ତଦାନ, ବୃକ୍ଷରୋପଣ ତଥା ଅନ୍ୟାନ୍ୟ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ମାଧ୍ୟମରେ ଆମ ଜନସେବା ଆଭିମୂଖ୍ୟକୁ ଆହୁରି ବ୍ୟାପକ କରାଯିବ । ନଭେମ୍ବର 2 ତାରିଖରେ ପ୍ରତ୍ୟେକ ଜିଲ୍ଲାସ୍ତରରେ ସମସ୍ତ ଦଳୀୟ କର୍ମକର୍ତ୍ତା ତଥା କର୍ମୀମାନେ ଉପସ୍ଥିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+