Get Updates
Get notified of breaking news, exclusive insights, and must-see stories!

ଆଜିଠାରୁ ଆରମ୍ଭ ବିଜେପି ନିର୍ବାଚନ ପ୍ରକ୍ରିୟା, ବିଜେପି ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ପାଇଁ ହେବ ନିର୍ବାଚନ

ବିଜେପି ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି ।

ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଜୟସ୍ୱାଲ ଓଡ଼ିଶା ଆସିବେ । ପ୍ରତି ୩ ବର୍ଷରେ ଥରେ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ହୋଇଥାଏ । ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ।

odisha BJP election process

ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି, ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି ଓ ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଏବେ ରାଜ୍ୟ ସଭାପତି ନିର୍ବାଚନ ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଚାଲିବ । ଜୁଲାଇ ୧ ସୁଦ୍ଧା ରାଜ୍ୟର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ୍‌ଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ସେ ନିର୍ବାଚନ ପ୍ରକ୍ରିୟା ପରିଚାଳନାକୁ ତଦାରଖ କରିବେ । ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେ ତତ୍କାଳ ଓଡ଼ିଶା ଆସିବେ ।

ପ୍ରତି ୩ ବର୍ଷରେ ଥରେ ବିଜେପିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ଏଥର ସାଙ୍ଗଠନିକ ନିର୍ବାଚନ ୨୦୨୪ ବୁଥ୍‌ରୁ ନେଇ ରାଷ୍ଟ୍ରୀୟ ସଭାପତି ଚୟନରେ ଶେଷ ହେବ । ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି କୁହାଯାଉଛି । ରଥଯାତ୍ରା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ହେବ । ଏଥିସହ ଖାଲି ପଡ଼ିଥିବା ନିଗମ ଓ ବୋର୍ଡର ଅଧ୍ୟକ୍ଷ ପଦବିରେ ନିଯୁକ୍ତି କରାଯିବ । ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବାରୁ ସଂଗଠନକୁ ମଧ୍ୟ ସମାନ ଗୁରୁତ୍ୱ ଦେବାକୁ କେନ୍ଦ୍ରୀୟ ନେତୃତ୍ୱ ଯୋଜନା କରିଛନ୍ତି । ଏବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓଡ଼ିଶାରେ ଅଛନ୍ତି । ଖୁବ୍‌ଶୀଘ୍ର ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ଆସି ପହଞ୍ଚିବେ। ରଥ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ/ ବୋର୍ଡ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ଆଗେଇବ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+