ଓଡ଼ିଶା ବଜେଟ୍: ଜଳସେଚନ କ୍ଷେତ୍ର ପାଇଁ ୧୪ ହଜାର ୪୬୭ କୋଟି ଟଙ୍କାର ବ୍ୟୟ ବରାଦ
ରାଜ୍ୟ ବଜେଟରେ ଜଳସେଚନକୁ ଗୁରୁତ୍ୱ ଦିଆଯାଇଛି । ଏଥର ବଜେଟରେ ଜଳସେଚନ କ୍ଷେତ୍ର ପାଇଁ ୧୪ ହଜାର ୪୬୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପାର୍ବତୀଗିରି ବୃହତ ଉଠା ଜଳସେଚନ ଯୋଜନାରେ ୫ ବର୍ଷ ମଧ୍ୟରେ ୧୦ ହଜାର ୭୫୯ କୋଟି ଟଙ୍କା ବ୍ୟୟରେ ୧୭୦ଟି ନୂତନ ପ୍ରକଳ୍ପ ହାତକୁ ନିଆଯାଇଛି । ଯେଉଁଥିରେ ୨ ଲକ୍ଷ ୬୩ ହଜାର ହେକ୍ଟର ଜମିକୁ ଜଳସେଚନ ଯୋଗାଇ ଦିଆଯାଇଛି । ୨୦୨୪-୨୫ ଆର୍ଥିକ ବର୍ଷରେ ୧ ହଜାର ୨୨୫ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି ।

ସେହିପରି ମୁଖ୍ୟମନ୍ତ୍ରୀ କେନାଲ ଲାଇନିଂ ପାଇଁ ୪୨୫ କୋଟି ଏବଂ ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନାରେ ପୁରାତନ ସେଚ ପ୍ରକଳ୍ପର ଆଧୁନିକୀକରଣ ଓ କେନାଲ ପୁନରୁଦ୍ଧାର ପାଇଁ ୨୪୦ କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି । ରାଜ୍ୟରେ ଜଳଧାରଣା କ୍ଷମତା ବୃଦ୍ଧି ଉଦ୍ଦେଶ୍ୟରେ ସରକାର, 'ଇନ-ଷ୍ଟ୍ରିମ ଷ୍ଟୋରେଜ୍ ଷ୍ଟ୍ରକଚର' ଯୋଜନା ଆରମ୍ଭ କରିଥିଲେ । ଏହି ଯୋଜନାରେ ଆଉ ୨୫ଟି ନୂଆ 'ଇନ-ଷ୍ଟ୍ରିମ ଷ୍ଟୋରେଜ୍ ଷ୍ଟ୍ରକଚର' ନିର୍ମାଣର ପ୍ରସ୍ତାବ ରହିଛି । ଏଥିପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ମୋଟ ୮୬୦ କୋଟି ଟଙ୍କାର ପ୍ରସ୍ତାବ ରଖିଛନ୍ତି ।
ଏହା ସହିତ ମୁଖ୍ୟମନ୍ତ୍ରୀ ବାତ୍ୟା ପ୍ରତିରୋଧୀ ଲୁଣି ବନ୍ଧ ପ୍ରକଳ୍ପ ଅଧୀନରେ ୧୯୪ କିଲୋମିଟର ଲୁଣି ବନ୍ଧକୁ ସୁଦୃଢ କରିବା ପାଇଁ ୭୬୩ କୋଟି ଠଙ୍କା ବ୍ୟୟ ବରାଦ କରାଯାଇଛି । ତା ସହିତ ବନ୍ୟା ପ୍ରତିରୋଧୀ ବନ୍ଧ ନିର୍ମାଣ ପାଇଁ ୧ ହଜାର ୧୭୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ......











Click it and Unblock the Notifications